ବଢୁଛି ହୀରାକୁଦ ଜଳସ୍ତର, ଖୋଲିଲା ଆଉ 3 ଗେଟ୍

ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର । ଏହାକୁ ଦୃଷ୍ଟିରେ ରଖି ଖୋଲାଯାଉଛି ଗେଟ୍ । ଏହି ସମୟରେ ଆଜି ଆଉ 3 ଟି ଗେଟ୍ ଖୋଲାଯାଇଛି । ଏହା ପରେ ମୋଟ୍ 10 ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି ।

Hirakud dam

ବାମ ପାର୍ଶ୍ୱର 7 ଟି ଓ ଡାହାଣ ପାର୍ଶ୍ୱର 3ଟି ଗେଟ୍ ଖୋଲାଯାଇଛି । ହୀରାକୁଦରେ ଜଳସ୍ତର 629.65 ଫୁଟରେ ପହଞ୍ଚିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ 1 ଲକ୍ଷ 16 ହଜାର 88 ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ, ନିଷ୍କାସିତ ହେଉଛି 1 ଲକ୍ଷ 54 ହଜାର ଘନଫୁଟ ବନ୍ୟାଜଳ ।
ଏହା ସହ ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ସକ୍ରିୟ ରହିଥିବାରୁ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର 3 ଯାଏଁ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆଶଙ୍କା କରିଛି ।

ଉତ୍ତର ପୂର୍ବ ପାଶ୍ୱବର୍ତ୍ତୀୟ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । 48 ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଲଘୁଚାପ ଘନୀଭୂତ ହେବା ପରେ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଆଡକୁ ମୁହାଁଇପାରେ ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର କିଛି ସ୍ଥାନରେ 70-200 ମିମି ଯାଏଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୁର୍ବାନୁମାନ କରିଛି । ଆଭ୍ୟନ୍ତରୀଣ ଓଡ଼ିଶାର 11 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+