ପ୍ରଥମ ବନ୍ୟା ଜଳ ଛାଡ଼ିବ ହୀରାକୁଦ, ଡ୍ୟାମରେ ବଢୁଛି ଜଳସ୍ତର
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶାର ତଟୀୟ କ୍ଷେତ୍ରରେ ସୃଷ୍ଟ ଲଘୁଚାପବଳୟ ଯୋଗୁଁ ଉପକୂଳ ସମେତ ଆଭ୍ୟନ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ 4 ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ସମ୍ଭାବନା ରହିଛି । ଏହା ସହିତ ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ଲଘୁଚାପକୁ ଦୃଷ୍ଟିରେ ରଖି ଛତିଶଗଡ଼ ସରକାର କେଲା ଓ କଲମା ଡ୍ୟାମର ସବୁ ଗେଟ୍ ଖୋଲିଦେଇଛି । ଏହା ପରେ ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍ ରେ ଜଳସ୍ତର ବୃଦ୍ଧିପାଇବାରେ ଲାଗିଛି ।

ହୀରାକୁଦର ଜଳଧାରଣା କ୍ଷମତା 630 ଫୁଟ ଥିବା ବେଳେ, ଏବେ 614.08 ଫୁଟରେ ପହଞ୍ଚିଛି ଜଳସ୍ତର । ସେକେଣ୍ଡକୁ 1 ଳକ୍ଷ 36 ହଜାର ଘନଫୁଟ୍ ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି 40 ହଜାର 615 ଘନଫୁଟ ଜଳ ।
ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବା ନେଇ ନିଷ୍ପତ୍ତି ନେଇଛି । ରବିବାର ସକାଳ 9ଟା ବେଳେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏ ନେଇ ତଳିଆ ଅଞ୍ଚଳକୁ ସତର୍କ କରିଛନ୍ତି ହୀରାକୁଦ କର୍ତ୍ତୃପକ୍ଷ । ହୀରାକୁଦ ଡ୍ୟାମ ଏହାର 5 ଟି ଗେଟ୍ ଖୋଲିବ । ସ୍ଥିତିକୁ ଦେଖି ଆଗାମୀ କେତୋଟି ଗେଟ୍ ଖୋଲାଯିବ ଜଣାପଡିବ ବୋଲି ମୁଖ୍ୟଯନ୍ତ୍ରୀ କହିଛନ୍ତି ।
ହୀରାକୁଦ ବନ୍ୟା ଜଳ ଛଡ଼ାଯିବା ପୂର୍ବରୁ ଡ୍ୟାମ୍ କର୍ତ୍ତୃପକ୍ଷ ସମ୍ବଲପୁର, ହୀରାକୁଦ ଓ ବୁର୍ଲାରେ ସତର୍କ କରାଇଛନ୍ତି । ଆଗକୁ ବର୍ଷା ସମ୍ଭାବନା ଯୋଗୁଁ ଜଳ ସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications