ବଢୁଛି ହୀରାକୁଦ ଜଳସ୍ତର; ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୯୨,୭୭୪ କ୍ୟୁସେକ ଜଳ

ବଢୁଛି ହୀରାକୁଦ ଜଳସ୍ତର। ଜଳଭଣ୍ଡାରର ଜଳସ୍ତର ୬୧୪.୦୮ ଫୁଟ। ପ୍ରବେଶ କରୁଛି ୯୨ ହଜାର ୭୭୪ କ୍ୟୁସେକ ଜଳ। ହୀରାକୁଦରୁ ୪୦ ହଜାର ୬୧୫ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

ଗତକାଲି ଜଳଭଣ୍ଡାରର ଜଳସ୍ତର ୬୧୩ ଫୁଟ ଥିଲା। ୧ ଲକ୍ଷ ୪୦ ହଜାର ୫୭୫ କ୍ୟୁସେକ ଜଳ ପ୍ରବେଶ କରୁଥିଲା । ହୀରାକୁଦରୁ ୪୦ ହଜାର ୨୭୦ କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା।

ଆସନ୍ତାକାଲି ଜୁଲାଇ ୨୩ରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଆସନ୍ତା ରବିବାର ସକାଳ ୯ଟାରେ ପୂଜାର୍ଚ୍ଚନା ପରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ । ଏଥିପାଇଁ ସତର୍କତା ଜାରି କରିଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ । ମହାନଦୀ ଉପକୂଳରେ ବସବାସ କରୁଥିବା ସର୍ବସାଧାରଣଙ୍କୁ ଆଗୁଆ ସତର୍କ କରାଯାଇଛି ।

hirakud

ସକାଳ ୯ଟା ସମୟରେ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ବୁର୍ଲାସ୍ଥିତ 'ହୀରାକୁଦ ହେଡ ୱାର୍କ୍ସ ଏବଂ ଅତିରିକ୍ତ ସ୍ପିଲୱେ'ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ସୁଶୀଳ ବେହେରା ଏହି ସୂଚନା ଦେଇଛନ୍ତି।ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି ।

ଗତ କିଛିଦିନ ଧରି ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଥିବାରୁ ଏହା ମଧ୍ୟରେ ହୀରାକୁଦ ଡ୍ୟାମର ଜଳସ୍ତର ଧୀରେଧୀରେ ବଢ଼ିବାରେ ଲାଗିଥିଲା । ତେଣୁ ଡ୍ୟାମ ପାଣି ବଢ଼ିବାକୁ ନେଇ ଲୋକଙ୍କ ମନରେ ଆଶଙ୍କା ଜାତ ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+