ଆଜି ଶିମିଳିପାଳ ଅଭୟାରଣ୍ୟ ବୁଲିବେ ମହାମହିମ

ଆଜି ଶିମିଳିପାଳ ଅଭୟାରଣ୍ୟ ବୁଲିବେ ମହାମହିମ । ଗତକାଲି ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ସାରି ଶିମିଳିପାଳରେ ରାତ୍ରିଯାପନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତି ଶିମିଳିପାଳ ବୁଲିବା କାର୍ଯ୍ୟକ୍ରମ ରହିଛି । ଶିମିଳିପାଳ ଗୁଡ଼ଗୁଡ଼ିଆଠାରେ ସ୍ଥାନୀୟ ବାସିନ୍ଦାଙ୍କୁ ଉଦବୋଧନ ଦେବେ । ଏହା ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରିଆସିବେ । ଭୁବନେଶ୍ବରରୁ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ରାଷ୍ଟ୍ରପତି ଛତିଶଗଡ଼ ଅଭିମୁଖେ ଯିବା ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ରହିଛ । ଗତକାଲି ରାଷ୍ଟ୍ରପତି ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବା ସହ ତାଙ୍କ ଶ୍ବଶୁର ଘର ଗାଁ ପାହାଡ଼ପୁରକୁ ଯାଇଥିଲେ ।

Similipal

ସ୍ଥାନୀୟ ବାସିନ୍ଦା ପାରମ୍ପରିକ ଆଦିବାସୀ ନୃତ୍ୟର ତାଳେତାଳେ ରାଷ୍ଟ୍ରପତିଙ୍କୁ ପାଛୋଟି ନେଇଥିଲେ । ଏହା ପରେ ସେ ଏସ୍ ଏଲ୍ ଏସ୍ ସ୍ମାରକୀ ଆବାସିକ ବିଦ୍ୟାଳୟକୁ ଯାଇଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ବିତୀୟ ଦିନର ମୟୁରଭଞ୍ଜ ଗସ୍ତ ଏକପ୍ରକାର ବ୍ୟସ୍ତବହୁଳ ରହିଥିଲା । ଛାତ୍ରଛାତ୍ରୀଙ୍କ ସହିତ ଭାବ ବିନିମୟଠାରୁ ଆରମ୍ଭ କରି ମହିଳା ଓ ସ୍ଥାନୀୟ ବାସିନ୍ଦାଙ୍କୁ ଭେଟିବା, ଜାହିରାପୀଠରେ ଆଶୀର୍ବାଦ ଭିକ୍ଷା, ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପର୍ଯ୍ୟନ୍ତ ସବୁଠି ଲୋକଙ୍କ ସହିତ ସଂପର୍କ ଯୋଡ଼ିଥିଲେ ରାଷ୍ଟ୍ରପତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+