Get Updates
Get notified of breaking news, exclusive insights, and must-see stories!

HMPV Virus: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନାହାନ୍ତି HMPV ଆକ୍ରାନ୍ତ

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । 'ଯେତିକି ନମୂନା HMPV ପରୀକ୍ଷା ପାଇଁ ଯାଇଛି, ସବୁ ନେଗେଟିଭ୍‌।
ଭୟଭୀତ ହେବାର ନାହିଁ, ସାଧାରଣ ଥଣ୍ଡା ଜ୍ବର ଭଳି ଏହାର ଲକ୍ଷଣ' ।{image-hmpv-1737016931.jpg odia.oneindia.com

ଖୋର୍ଦ୍ଧା କାଇପଦର ଅଞ୍ଚଳରୁ ଜଣେ HMPV ରୋଗୀ ଚିହ୍ନଟ ହୋଇଥିବା ନେଇ ଖବର ଭାଇରାଲ ହେବା ପ୍ରସଙ୍ଗରେ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ସୂଚନା... ବର୍ତ୍ତମାନ ସୁଦ୍ଧା ରାଜ୍ୟରେ HMPVର କୌଣସି ସୂଚନା ନାହିଁ । ଏବେ ସୁଦ୍ଧା ରାଜ୍ୟରୁ କେହି HMP ଭୂତାଣୁରେ ସଂକ୍ରମିତ ହୋଇଥିବା ରିପୋର୍ଟ ଆସିନି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ଯେତିକି ନମୁନା HMPV ପରୀକ୍ଷା ପାଇଁ ଯାଇଛି, ସବୁ ନେଗେଟିଭ ଆସିଛି । ଭୟଭୀତ ହେବାର ଆବଶ୍ୟକତା ନାହିଁ । ସାଧାରଣ ଥଣ୍ଡା ଜ୍ବର ଭଳି ଏହାର ଲକ୍ଷଣ । ଏହି ସିଜିନରେ ସାଧାରଣ ଭାବେ ଥଣ୍ଡା ଜ୍ବର ହୁଏ, କିନ୍ତୁ ରୋଗୀ ସଂଖ୍ୟା ଏତେ ଅଧିକ ହୋଇନାହିଁ, ତେଣୁ ଭୟ କରିବାର ଆବଶ୍ୟକତା ନାହିଁ । ଭାଇରସକୁ ନେଇ ବ୍ୟସ୍ତ ନହେବାକୁ ପରାମର୍ଶ ଦିଆଯାଇଛି । ସ୍ବାସ୍ଥ୍ୟ ବିଭାଗ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ ଏହା ଉପରେ କଡା ନଜର ରଖିଛନ୍ତି ।
ସ୍ବାସ୍ଥ୍ୟ ବିଭାଗ ଏଥିସହ ସୂଚନା ଦେଇଛନ୍ତି HMPV ଭାଇରସ ଅନ୍ୟ ଶ୍ବାସଜନିତ ଜୀବାଣୁ ପରି, ଏହା ଏକ ଶ୍ବାସପ୍ରଶାସ ସହ ଜଡିତ ଭୂତାଣୁ । ଯାହା ଶୀତ ଋତୁରେ ସାଧାରଣ ଶୀତ ଦିନେ ଥଣ୍ଡା ଏବଂ ଜ୍ବର ଭଳି ସମସ୍ୟା ସୃଷ୍ଟି କରିଥାଏ । ବିଶେଷକରି ଏହା ଶିଶୁ ଏବଂ ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+