କଟକ ବାରବାଟୀ ଷ୍ଟାଡିଅମରେ ପାଳନ ହେବ ହକି ବିଶ୍ବକପ ଉତ୍ସବ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ଆଜି ଅନୁଷ୍ଠିତ ହୋଇଥିଲା । ଏଥିରେ ପୁରୁଷ ହକି ବିଶ୍ବ କପ୍ ପ୍ରତିଯୋଗିତା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରାଯାଇଥିଲା । FIH ପୁରୁଷ ବିଶ୍ବ କପ୍ ହକି-୨୦୨୩, ଭୁବନେଶ୍ବର ଓ ରାଉରକେଲା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ଆଜି ଅନୁଷ୍ଠିତ ହୋଇଥିଲା । ଏଥିରେ ପୁରୁଷ ହକି ବିଶ୍ବ କପ୍ ପ୍ରତିଯୋଗିତା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରାଯାଇଥିଲା । FIH ପୁରୁଷ ବିଶ୍ବ କପ୍ ହକି-୨୦୨୩, ଭୁବନେଶ୍ବର ଓ ରାଉରକେଲା ଠାରେ ୧୩ ଜାନୁଆରୀ ରୁ ୨୯ ଜାନୁଆରୀ ୨୦୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ମର୍ଯ୍ୟାଦାଜନକ ପ୍ରତିଯୋଗିତାରେ ବିଶ୍ବର ୧୬ ଟି ଦଳ ଅଂଶଗ୍ରହଣ କରିବେ । ଭୁବନେଶ୍ବରରେ ୨୪ ଗୋଟି ମ୍ୟାଚ ଓ ରାଉରକେଲାରେ ୨୦ଟି ମ୍ୟାଚ ଖେଳାଯିବ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମନ୍ତ୍ରୀ ପରିଷଦର ସଦସ୍ୟ ମାନଙ୍କୁ ବିଶ୍ବକପ୍ ଆୟୋଜନର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଅବଗତ କରାଇଥିଲେ । ପ୍ରତିଯୋଗିତା ପାଇଁ ଭୁବନେଶ୍ବରର କଳିଙ୍ଗ ହକି ଷ୍ଟାଡିଅମ ସଂପୂର୍ଣ୍ଣ ପ୍ରସ୍ତୁତ ଥିଲାବେଳେ ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିଅମ ନଭେମ୍ବର ଶେଷ ସୁଦ୍ଧା ସଂପୂର୍ଣ୍ଣ ହେବ ବୋଲି ସେ ସୂଚନା ଦେଇଥିଲେ। ଉଭୟ ଷ୍ଟାଡିଅମରେ ଆଷ୍ଟ୍ରୋ ଟର୍ଫ ଓ ଫ୍ଲର୍ଡ ଲାଇଟ୍ କାମ ଶେଷ ହୋଇଯାଇଛି । ଅଂଶଗ୍ରହଣକାରୀ ଦଳ ଓ ମ୍ୟାଚ ଅଫିସିଆଲ ମାନଙ୍କ ରହଣୀ ପାଇଁ ୨୨୫ଟି ରୁମ୍ ତିଆରି କାମ ଚାଲିଛି ଏବଂ ଏହା ମଧ୍ୟ ନଭେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ।
ତେବେ ଐତିହାସିକ କଟକ ବାରବାଟୀ ଷ୍ଟାଡିଅମ ସମେତ ୫ଟି ମ୍ୟୁନିସିପାଲ କର୍ପୋରେସନରେ ହକି ବିଶ୍ବ କପ୍ ଉତ୍ସବ ପାଳନ କରାଯିବ। ଓଡିଶାର ଅଧିକାଂଶ ଜିଲ୍ଲା ସହିତ ସାରା ଦେଶରେ ଏହି ହକି ବିଶ୍ବକପ ଟ୍ରଫି ପ୍ରଦର୍ଶନ ଯାତ୍ରା କରାଯିବ। ଏହି ସମୟରେ ଜିଲ୍ଲାସ୍ତରରେ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ବିକାଶ ପାଇଁ ବିଭିନ୍ନ ପ୍ରକାର ଉତ୍ସବର ଆୟୋଜନ କରାଯିବ। ସ୍କୁଲ, କଲେଜର ପିଲାମାନଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯିବ ଏବଂ ସମସ୍ତଙ୍କ ଭିତରେ ବିଶେଷକରି ପିଲାମାନଙ୍କ ଭିତରେ କ୍ରୀଡା ପ୍ରତିଭାର ବିକାଶ ପାଇଁ ପଦକ୍ଷେପ ନିଆଯିବ।
ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବା ରାଉରକେଲା ଓ ଭୁବନେଶ୍ବର ସହରର ସୌନ୍ଦର୍ଯ୍ୟକରଣ କରାଯିବ। ସବୁ ବିଭାଗ ଏଥିପାଇଁ ପରସ୍ପର ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟ କରୁଛନ୍ତି । ରାଉରକେଲା ବିମାନ ବନ୍ଦରରୁ ନିୟମିତ ବିମାନ ସେବା ଆରମ୍ଭ ହେବ । ତାସହିତ ଖେଳାଳୀ ଓ ମ୍ୟାଚ ଅଫିସିଆଲ ମାନଙ୍କ ଯାତାୟତ ପାଇଁ ଘରୋଇ ବିମାନର ବ୍ୟାବସ୍ଥା କରାଯାଉଛି । ଏହି ଅବସରରେ ୧୦୦ଟି ନୂଆ ବସ୍ ସହିତ ରାଉରକେଲାରେ ମୋ ବସ୍ ସେବା ଆରମ୍ଭ ହେବ।
ଆୟୋଜକ କମିଟି ଓ ବିଭିନ୍ନ ସବ୍ କମିଟି ବିଶ୍ବକପ ହକିର ସଫଳ ଆୟୋଜନ ପାଇଁ ପ୍ରସ୍ତୁତି ଜାରି ରଖିଛନ୍ତି । ଏହାକୁ ସଂପୂର୍ଣ୍ଣ ଅଘଟଣମୁକ୍ତ କରିବା ପାଇଁ ନିରାପତ୍ତା ବ୍ୟବସ୍ଥାକୁ ମଧ୍ୟ ସୁଦୃଢ କରାଯାଇଛି ବୋଲି ଶ୍ରୀ ମହାପାତ୍ର ମନ୍ତ୍ରୀମଣ୍ଡଳକୁ ଅବଗତ କରାଇଥିଲେ ।
ବିଶ୍ବକପ୍ ହକି ଆୟୋଜନରେ ସାମିଲ ହୋଇଥିବା ସବୁ ବିଭାଗ ଗୁଡିକର ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ ଏବଂ ସବୁ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ହକି ବିଶ୍ବକପ୍ ଯେଭଳି ବିଭିନ୍ନ ଟିମ୍ ଓ ପ୍ରଶଂସକ ମାନଙ୍କ ନିମନ୍ତେ ଏକ ଭବ୍ୟ ଉତ୍ସବ ଭାବରେ ସ୍ମରଣୀୟ ହୋଇରହିବ, ସେଥିପାଇଁ ପରସ୍ପର ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....












Click it and Unblock the Notifications