୧୨ ରାଜ୍ୟ ବୁଲିଲା ପରେ ଓଡିଶା ଫେରିଲା ହକି ବିଶ୍ୱକପ ଟ୍ରଫି, ଆଜିଠୁ ସାରା ରାଜ୍ୟରେ କରିବ ଭ୍ରମଣ
ରାଜଧାନୀ ଫେରିଲା ହକି ବିଶ୍ୱକପ ଟ୍ରଫି । ୨୧ ଦିନ ଧରି ହକି ବିଶ୍ବକପ ଟ୍ରଫି ଦେଶର ୧୨ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ପରିକ୍ରମା କରିଛି ।
ଭୁବନେଶ୍ୱର: ରାଜଧାନୀ ଫେରିଲା ହକି ବିଶ୍ୱକପ ଟ୍ରଫି । ୨୧ ଦିନ ଧରି ହକି ବିଶ୍ବକପ ଟ୍ରଫି ଦେଶର ୧୨ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ପରିକ୍ରମା କରିଛି ।

ପଶ୍ଚିମବଙ୍ଗ, ମଣିପୁର, ଆସାମ, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ପଞ୍ଜାବ, ହରୟାଣା, ଦିଲ୍ଲୀ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡୁ, କେରଳ, କର୍ଣ୍ଣାଟକ ଓ ଛତିଶଗଡ଼ ବୁଲିଛି ଟ୍ରଫି । ତେବେ ଆଜିଠୁ ଓଡ଼ିଶାର ସବୁ ଜିଲ୍ଲା ପରିକ୍ରମା କରିବ ଟ୍ରଫି । ଆଜି ସୁନ୍ଦରଗଡ଼ର ୧୭ଟି ବ୍ଲକ୍ ପରିକ୍ରମା କରିବ ଟ୍ରଫି ।
ତେବେ ହକି ବିଶ୍ୱକପର ଟ୍ରଫିକୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ବାଜାର ତାଳେ ତାଳେ ଭବ୍ୟ ସ୍ୱାଗତ କରାଯାଇଥିଲା । ଟ୍ରଫିକୁ ସ୍ୱାଗତ କରିବାକୁ ବିମାନବନ୍ଦରରେ ପହଞ୍ଚିଥିଲେ ହକି ଇଣ୍ଡିଆର ସଭାପତି ଦିଲ୍ଲୀପ ତିର୍କି , କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସହ ମେୟର ସୁଲୋଚନା ଦାସ, କ୍ରୀଡା ବିଭାଗର ଅଧିକାରୀ ଓ ଅନ୍ୟ କର୍ପୋରେଟର୍ ।
ଟ୍ରଫିକୁ କ୍ରୀଡା ମନ୍ତ୍ରୀ ଭୁବନେଶ୍ୱର ମେୟରଙ୍କୁ ହସ୍ତାନ୍ତର କରିବା ପରେ ଏହାକୁ ରାଜଧାନୀରେ ପରିକ୍ରମା କରାଯାଇଛି । କଡା ସୁରକ୍ଷା ଭିତରେ ଟ୍ରଫିକୁ ବାଇକ ର୍ୟାଲିରେ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ନିଆଯାଇଥିଲା ।
ଉଲ୍ଲେଖଥାଉ କି, ଆସନ୍ତା ୧୩ ତାରିଖରୁ ଆରମ୍ଭ ହେଉଛି ଓଡ଼ିଶା ପୁରୁଷ ହକି ବିଶ୍ବକପ । ଏଥିରେ ୧୬ଟି ଟିମ୍ ଅଂଶଗ୍ରହଣ କରିବେ । ଭୁବନେଶ୍ବର ଓ ରାଉରକେଲାରେ ଖେଳାଯିବ ବିଶ୍ୱକପର ସମସ୍ତ ମ୍ୟାଚ ।












Click it and Unblock the Notifications