ଗୃହ ପୁଣି ବିରୋଧୀଙ୍କ ହଟ୍ଟଗୋଳ , ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି

ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଧୋଇଗଲା ପ୍ରଶ୍ନକାଳ । ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକମାନେ ଧାନମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ଗୃହର ମଧ୍ୟ ଭାଗରେ ହୋହଲ୍ଲା ଓ ନାରାବାଜି କରିଥିଲେ । ଫଳରେ ବାଚସ୍ପତି ସୁରମା ପାଢୀ ଗୃହକୁ ପ୍ରଥମେ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ । ହେଲେ ଏହାପରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ମଧ୍ୟ ପୁଣି ଥରେ ସମାନ ପ୍ରସଙ୍ଗରେ ହୋହଲ୍ଲା କରିଥିଲେ ।

ଗୃହ କାର୍ଯ୍ୟରେ ବାରମ୍ବାର ସୃଷ୍ଟି ହେବାରୁ ବାଚସ୍ପତି ଆଜି ପାଇଁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଧାନମଣ୍ଡି ସମସ୍ୟାକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ଓ ବିଜେଡି ବିଧାୟକ ।

adjournment at 4 o clock
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+