ଗୃହ ବିଭାଗର ଓଏସଡି ଭାବେ ଆଇପିଏସ୍ ଆଶିଷଙ୍କ ସିଂଙ୍କ ବଦଳି

ଗତକାଲି ଆଇଏଏସ୍ ସ୍ତରରେ ବଡ ଧରଣର ଅଦଳବଦଳ କରିବା ପରେ, ଆଜି ଆଇପିଏସ୍ ଅଫିସର ଆଶିଷଙ୍କ ସିଂଙ୍କ ବଦଳି । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏହି ଅଫିସରଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି । ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

Ashish Singh

ତେବେ ରାଜ୍ୟରେ ନିର୍ବାଚନ ଆରମ୍ଭ ହେବା ସମୟରୁ ହିଁ ବିବାଦରେ ଥିଲେ ଆଇପିଏସ୍ ଆଶିଷ ସିଂ । ନିର୍ବାଚନ ସମୟରେ ସେ ବିଜେଡି ପାଇଁ କାମ କରୁଥିବା ବିଜେପି ଅଭିଯୋଗ କରିଥିଲା । ଏମିତି କି ତାଙ୍କ ଛୁଟିକୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା । ଅସୁସ୍ଥତା ଦର୍ଶାଇ ସେ ଛୁଟି ନେଇଥିବାରୁ, ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଆଉ ସେ ସମ୍ପୂର୍ଣ୍ଣ ଥିବା ଜାଣିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ ଆୟୋଗ ।

ଛୁଟି ସରିବା ପରେ ଆଶିଷ ସିଂ କାର୍ଯ୍ୟରେ ଯୋଗ ଦେଇଥିଲେ । ଆଉ ରାଜ୍ୟରେ ନୂଆ ସରକାର ଆସିବା ପରେ ତାଙ୍କର କ୍ଷମତାରେ ଚୋଟ ପଡିଛି । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏହି ଅଫିସରଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+