ସୋନପୁରରେ ପହଞ୍ଚିଲେ ଗୃହ ମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର : କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଜି ଓଡ଼ିଶାରେ ପହଁଚିଛନ୍ତି । ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରେ ତାଙ୍କୁ ସାଂସଦ ଜୁଏଲ ଓରାକ, ସୁରେଶ ପୂଜାରୀ ଓ ବିଜେପି ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ସ୍ୱାଗତ କରିଛନ୍ତି । ଝାରସୁଗୁଡ଼ାରୁ ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ସୋନପୁର ଅଭିମୁଖେ ବାହାରିଥିଲେ । ପରେ ସୋନପୁରରେ ପହଁଞ୍ଚିଛନ୍ତି ।

ସୋନପୁରରେ ସେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ସମ୍ବୋଧିତ କରିବେ । ରାମେଶ୍ୱରମ୍ ଷ୍ଟାଡିୟମରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ । ସଭା ସାରି ହେଲିକପ୍ଟର ଯୋଗେ ଭୁବନେଶ୍ୱର ଆସିବେ । ଭୁବନେଶ୍ୱରରେ ପହଞ୍ଚିବା ପରେ ଦଳର ବରିଷ୍ଠ ତଥା ତୁଙ୍ଗ ନେତା ସହ ନିର୍ବାଚନକୁ ନେଇ କରିବେ ମାନସ ମନ୍ଥନ । ୨୪ ଲଢେଇ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ରଣନୀତି । ଭୁବନେଶ୍ୱରରେ ଶାହଙ୍କ ରାତି ରହଣୀ କାର୍ଯ୍ୟକ୍ରମ ରହିଛି ।












Click it and Unblock the Notifications