୨୨ରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଜାଣନ୍ତୁ କାହିଁକି ?

ଆସନ୍ତା ୨୨ରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ।

amit saha

ଅନ୍ୟପକ୍ଷେ, ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ନୟାଗଡ଼ ଜିଲାପାଳ ଓ ଏସ୍‌ପି ସ୍ଥିତି ସମୀକ୍ଷା କରିଛନ୍ତି।

ସୂଚନା ମୁତାବକ, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+