Get Updates
Get notified of breaking news, exclusive insights, and must-see stories!

ନିର୍ବାଚନରେ ଭୋଟ ଦେବା ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା, ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ଏହି ସୁବିଧା କରିଛି ନିର୍ବାଚନ କମିଶନ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ନିର୍ବାଚନ କମିଶନ । ସମସ୍ତ ପ୍ରକାର ବ୍ୟବସ୍ଥା କରିବା ସହ ବିଭିନ୍ନ ଦିଗ ପ୍ରତି ଧ୍ୟାନ ଦେଉଛନ୍ତି କମିଶନ । ଏଥର ନିର୍ବାଚନରେ ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହା ସହ ଡ୍ୟୁଟିରେ ଥିବା ଅଧିକାରୀ ମାନଙ୍କ ପ୍ରତି ମଧ୍ୟ ବିଶେଷ ଧ୍ୟାନ ଦେଇଛନ୍ତି ନିର୍ବାଚନ କମିଶନ ।

Home Voting Arrangement for Divyang and old age

ଆଗାମୀ ନିର୍ବାଚନରେ ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥ ଭୋଟର ଘରେ ରହି ଭୋଟ୍ ଦେଇପାରିବେ । 80 ବର୍ଷରୁ ଅଧିକ ବୟସ୍କ, 40 ବର୍ଷରୁ କମ୍ ବୟସ୍କ ଦିବ୍ୟାଙ୍ଗ ଓ ଅସୁସ୍ଥ ହୋଇ ଘରେ ରହିଥିଲେ, ସେମାନଙ୍କ ପାଇଁ ହୋମ୍ ଭୋଟିଂର ବ୍ୟବସ୍ଥା କରାଯାଇଛି । ଏହା ସହ ପୁଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ଭୋଟ୍ ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟିଂ କେନ୍ଦ୍ର କରାଯିବ ।

ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି । ସମସ୍ତ ଜିଲ୍ଲାରେ ଇଭିଏମ୍ ପହଞ୍ଚିବା ସହ ଟେଷ୍ଟିଂ ସରିଛି । ନିର୍ବାଚନ ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କାମ ସରିଛି । ଏବେ ତୃତୀୟ ପର୍ଯ୍ୟାୟ କାମ ଚାଲିଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ଏହି ଅବସରରେ ସେ କହିଛନ୍ତି, 5 ବର୍ଷ ମଧ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ବହୁ ଯୁବ ଗୋଷ୍ଠୀ ଭୋଟର ସୃଷ୍ଟି ହୋଇଛନ୍ତି । ଭୋଟିଂର ଅନୁଭୂତି ଅତୁଳନୀୟ । ଖୁବ୍‌ ଶୀଘ୍ର ଜାତୀୟ ନିର୍ବାଚନ କମିଶନର ଓଡ଼ିଶା ଆସିବେ । ହେଲେ ଏ ନେଇ ତାରିଖ ଧାର୍ଯ୍ୟ ହୋଇନି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+