ପାରାଦୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ
ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ ଦୋକାନ ଘର ସମ୍ପୂର୍ଣ୍ଣ ପୋଡ଼ି ଯାଇଛି ।ଖବରପାଇ ପାରାଦୀପ ବନ୍ଦର ଅଗ୍ନିଶମ ବିଭାଗ, କୁଜଙ୍ଗ ଅଗ୍ନିଶମ ବିଭାଗ ଓ ବିଭିନ୍ନ ଶିଳ୍ପ ସଂସ୍ଥାର ୮ ଟି ନିଆଁ ଲିଭା ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସମ୍ପୂର୍ଣ୍ଣ ନିଆଁ ଆୟତ୍ତ ହେବାକୁ ରବିବାର ଭୋର ପର୍ଯ୍ୟନ୍ତ ଲାଗିଥିଲା।ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

ମଶା ଧୂପ କିମ୍ବା ବିଦ୍ୟୁତ ସର୍ଟସର୍କିଟରୁ ଏପରି ଘଟିଛି ବୋଲି ଆଲୋଚନା ହେଉଛି। ତେବେ ପାରାଦୀପ ବନ୍ଦର ପକ୍ଷରୁ ଅସ୍ଥାୟୀ ଭାବେ ପିଣ୍ଡି ଯୋଗାଇ ଦିଆ ଯାଇଥିବା ବେଳେ ବ୍ୟବସାୟୀମାନେ କେବଳ ବାଉଁଶ ଓ ଜରି ପାଲରେ ଦୋକାନ ଗୁଡିକରେ ଦୀର୍ଘ ବର୍ଷ ଧରି ବ୍ୟବସାୟ କରି ଆସୁଛନ୍ତି। ତେବେ ପୂର୍ବରୁ ମଧ୍ୟ ଏହିଭଳି ଅଗ୍ନିକାଣ୍ଡ ଘଟି ୪ଟି ଦୋକାନ ପୋଡ଼ି ଯାଇଥିବା ବେଳେ ଭେଣ୍ଡିଂ ଜୋନ୍ ନିର୍ମାଣ କରିବା ପାଇଁ ବାରମ୍ବାର ଦାବି ହୋଇ ଆସୁଛି।
ହେଲେ ଏପର୍ଯ୍ୟନ୍ତ ଭେଣ୍ଡିଂ ଜୋନ ନିର୍ମାଣ କରା ଯାଇ ପାରି ନାହିଁ। ଯାହା ଫଳରେ ଆଜି ନିଆଁ ଲାଗି ୫୦ରୁ ଅଧିକ ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଘଟଣା ସ୍ଥଳରେ ପରିବା ବ୍ୟବସାୟୀ ଓ ବଣିକସଂଘର କର୍ମକର୍ତ୍ତାମାନେ ପହଞ୍ଚିଥିବା ବେଳେ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରିବା ଜାରି ରହିଛି।












Click it and Unblock the Notifications