Get Updates
Get notified of breaking news, exclusive insights, and must-see stories!

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶନିବାର AIIMS ଯାଇ ସେଠାକାର ଡାକ୍ତର ମାନଙ୍କ ସହ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହ୍ୟୁମାନ ସାଗର ଓଡ଼ିଶାର ଜଣେ ଲୋକପ୍ରିୟ ପ୍ରତିଭାବାନ କଣ୍ଠଶିଳ୍ପୀ । ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପାଇଁ ଡାକ୍ତର ମାନେ ସର୍ବୋତ୍ତମ ଉଦ୍ୟମ ଜାରି ରଖନ୍ତୁ। ଆବଶ୍ୟକ ହେଲେ ଦିଲ୍ଲୀ AIIMS କୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇ ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭେଣ୍ଟିଲେଟରରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର । ତାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା । ଲିଭରରେ ସମସ୍ୟା ସହ ଶରୀରର ଏକାଧିକ ଅଙ୍ଗ ଅଚଳ ହୋଇଛି । ଆଗାମୀ ୭୨ଘଣ୍ଟା ଅତି ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ପକ୍ଷରୁ କୁହାଯାଇଛି । ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ପରିଲକ୍ଷିତ ହେଉନାହିଁ । ଯଦି ଅଧିକ ଗୁରୁତର ହୁଏ ତେବେ ଦିଲ୍ଲୀ ଏୟାରଲିଫ୍ଟ କରିବାକୁ ଯୋଜନା ରହିଥିବା କହିଛନ୍ତି ଡାକ୍ତର । ଗତ କିଛିଦିନ ଧରି ଅସୁସ୍ଥ ହୋଇ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ହ୍ୟୁମାନ ସାଗର ।

Human Sagar is in danger

ଅବସ୍ଥା ଅତି ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମସ ଭୁବନେଶ୍ବରର ଜରୁରୀକାଳୀନ ବିଭାଗକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ମସ୍ତିଷ୍କ, ଫୁସ୍ ଫୁସ୍, ବୃକକ୍, ଯକୃତ, ରକ୍ତ ଜମାଟ ବାନ୍ଧିବା ଏବଂ ରକ୍ତଚାପକୁ ପ୍ରଭାବିତ କରୁଥିବା ଅତ୍ୟଧିକ ବହୁ-ଅଙ୍ଗ କାର୍ଯ୍ୟ କରୁନାହିଁ । ଉନ୍ନତ ଚିକିତ୍ସା ପାଇଁ ପରିବାର ଲୋକେ ବାହାର ରାଜ୍ୟକୁ ନେଇପାରନ୍ତି ବୋଲି ଏମସ ପକ୍ଷରୁ ସୂଚନା ଦିଆଯାଇଛି । ଚିକିତ୍ସାରେ ସହାୟତା କରିବାକୁ ନେହୁରା ହୋଇଛନ୍ତି ତାଙ୍କ ମାଆ । ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସରକାରଙ୍କୁ ଚିକିତ୍ସାରେ ସାହାଯ୍ୟ କରିବାକୁ ନିବେଦନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+