ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ: ମୋହନ ମାଝୀ
ବାଲେଶ୍ବର ଫକୀରମୋହନ କଲେଜରେ ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶିଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କଲେ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ। କହିଲେ, ଛାତ୍ରୀଙ୍କ ପରିବାର ଲୋକଙ୍କ ସହ ସରକାର ଦୃଢ଼ ଭାବରେ ଛିଡ଼ା ହୋଇଛନ୍ତି।
ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

ମୁଁ ଦିବଂଗତ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି । ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡା ହୋଇଛନ୍ତି ।












Click it and Unblock the Notifications