ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି, ଡ୍ରାଇଭର ବନ୍ଧୁ ମାନଙ୍କର ଦାବିକୁ ଗୁରୁତ୍ୱର ସହ ନିଅନ୍ତୁ:ଧର୍ମେନ୍ଦ୍ର ପ୍ରଧାନ
ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି, ଡ୍ରାଇଭର ବନ୍ଧୁ ମାନଙ୍କର ଦାବିକୁ ଗୁରୁତ୍ୱର ସହ ନେଇ ଆପଣଙ୍କ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରନ୍ତୁ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଭୁବନେଶ୍ୱର:ରାଜ୍ୟରେ କାଲିଠୁ ଆରମ୍ଭ ହୋଇଛି ଡ୍ରାଇଭରମାନଙ୍କର ଆନ୍ଦୋଳନ । ଯେଉଁଥିବା ପାଇଁ ସାଧାରଣ ଲୋକ ବର୍ତ୍ତମାନ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାରି ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ୱିଟକୁ ନେଇ ଚର୍ଚ୍ଚା ଜୋର ଧରିଛି । କେନ୍ଦ୍ର ମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି, ଡ୍ରାଇଭର ବନ୍ଧୁ ମାନଙ୍କ ଦାବିକୁ ଗୁରୁତ୍ୱର ସହ ନେଇ ଆପଣଙ୍କ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରନ୍ତୁ । ଡ୍ରାଇଭର ବନ୍ଧୁ ମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ, ସେମାନେ ଆମ ମାନଙ୍କ ମଧ୍ୟରୁ ଜଣେ କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁ ମାନେ ଦଣ୍ଡବତ ଯାତ୍ରା କରିଥିଲେ'
ସେ ଆହୁରି ଲେଖିଛନ୍ତି, ଓଡ଼ିଶାରେ ଦୁଇ ଦିନ ହେଲା ଡ୍ରାଇଭର ବନ୍ଧୁ ମାନଙ୍କର ଗୋଟିଏ ଆନ୍ଦୋଳନ ଆରମ୍ଭ ହୋଇଛି । ଯାହା ଦ୍ୱାରା ସାଧାରଣ ଲୋକଙ୍କ ଯାତାୟତ କିଛି ମାତ୍ରାରେ ବାଧା ପ୍ରାପ୍ତ ହୋଇଥିବା ଦେଖିବାକୁ ମିଳୁଛି । ମାତ୍ର ଏ ଆନ୍ଦୋଳନ ଆଜିର ନୁହେଁ ପାଖାପାଖି ବର୍ଷକ ପୂର୍ବରୁ ଆରମ୍ଭ ହୋଇଥିଲା । ସେତେବେଳେ ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇ ଏହି ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି । କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁ ମାନେ ଦଣ୍ଡବତ ଯାତ୍ରା କରିଥିଲେ' ।
ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଆହୁରି ଲେଖିଛନ୍ତି ଯେ, ଡ୍ରାଇଭର ବନ୍ଧୁ ମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ । ଏମାନେ ସମାଜରେ ଅସ୍ପୁର୍ଶ୍ୟ ନୁହଁନ୍ତି । ସେମାନେ ଆମ ମାନଙ୍କ ମଧ୍ୟରୁ ଜଣେ । ତାଙ୍କ ସହ ଭଲ ଭାବେ ରାଜ୍ୟ ସରକାର ଆଲୋଚନା ନ କରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ।'ଏହା ସହ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛନ୍ତି ଯେ, ଡ୍ରାଇଭରଙ୍କର ଦାବିକୁ ଗୁରୁତ୍ୱର ସହ ନିଆଯାଉ ସେମାନଙ୍କ ସହ ଆଲୋଚନା କରି ଶୀଘ୍ର ସମାଧାନର ବାଟ ବାହର କରାଯାଉ ।
ସୂଚନାଥାଉ ଯେ, ୧୦ ଦଫା ଦାବି ନେଇ ଗତକାଲିଠୁ ଅର୍ଥାତ୍ ୧୫ ମାର୍ଚ୍ଚଠୁ ଡ୍ରାଇଭର ମହାସଂଘ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିଛି । ତେବେ ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ଡ୍ରାଇଭରଙ୍କ ପାଇଁ ବୀମି, ପେନସନ୍, ସଡ଼କ ଯାତ୍ରା, ସହ ବିବିନ୍ନ ସ୍ଥାନପର ବିଶ୍ରାମାଗାର ଓ ଶୌଚାଳୟର ବ୍ୟବସ୍ତା କରିବା ପାଇଁ ଭଳି ୧୦ଟି ଦାବି ଉଠାଉ ଆନ୍ଦୋଳନ ଡାକରା ଦେଇଥଛି ଡ୍ରାଇଭର ମହାସଂଘ ଯେଉଁଥି ପାଇଁ ଯାତାୟତ କରିବା ପାଇଁ ନାହିଁ ନଥିବା ଅସୁବିଧାର ସମ୍ମଖୀନ ହେଉଛନ୍ତି ସାଧାରଣ ଲୋକ ।












Click it and Unblock the Notifications