ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା
ରାଜ୍ୟସଭା ନିର୍ବାଚନରେ ଦଳ ବିରୋଧରେ ଯାଇ କ୍ରସ୍ ଭୋଟିଂ କରିଥିବା ବିଧାୟିକା ସୁବାସିନୀ ଜେନା ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୁଁ ଆମ ଦଳର ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭୋଟ ଦେଇଛି। ମୁଁ ଗୋଟିଏ ଭୋଟ ସଂତୃପ୍ତ ମିଶ୍ରଙ୍କୁ ଓ ଦ୍ବିତୀୟ ଭୋଟଟି ଦିଲ୍ଲୀପ ରାୟଙ୍କୁ ଦେଇଛି। ଦିଲ୍ ରାୟଙ୍କୁ ଏଥିପାଇଁ ଦେଲି ଯେହେତୁ ମୋ ନିର୍ବାଚନ ମଣ୍ଡଳୀ ବସ୍ତାରେ କଂଗ୍ରେସ ସହିତ ମୋର ଲଢେଇ ହେଉଛି। ସେଥିପାଇଁ ମୋ ବିବେକ ଅନୁଯାୟୀ ଭୋଟ ଦେଇଛି।

ସୂଚନାଯୋଗ୍ୟ ଯେ ରାଜ୍ୟସଭା ନିର୍ବାଚନ ପୂର୍ବରୁ ସୁବାସିନୀଙ୍କ ସ୍ବାମୀ ରବୀନ୍ଦ୍ର ଜେନା ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ। ଫଳରେ ସୁବାସିନୀ ନିର୍ବାଚନରେ କାହାକୁ ଭୋଟ ଦେବେ ତାହାକୁ ନେଇ କଳ୍ପନାଜଳ୍ପନା ସୃଷ୍ଟି ହୋଇଥିଲା। କିନ୍ତୁ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେବେ ବୋଲି ସୁବାସିନୀ କହିଥିଲେ। ଏପରିକି ନବୀନ ନିବାସରେ ଅନୁଷ୍ଠିତ ବୈଠକରେ ଯୋଗ ଦେଉଥିଲେ। କିନ୍ତୁ ଭୋଟ ଦିନ ସେ ଦଳ ବିରୋଧରେ ଯାଇ କ୍ରସ୍ ଭୋଟିଂ କରି ଦିଲ୍ଲୀପ ରାୟକୁ ଭୋଟ ଦେଇଥିଲେ। ଏ ନେଇ ଦଳ ପକ୍ଷରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଆସନ୍ତା ୨୦ ତାରିଖ ସୁଦ୍ଧା ନୋଟିସର ଜବାବ ରଖିବାକୁ କୁହାଯାଇଛି।
-
ଅଯୋଧ୍ୟାରେ ଗୌତମ ଆଦାନୀଙ୍କ ଭକ୍ତି ଯାତ୍ରା, ଭାରତର ପରମ୍ପରାକୁ ଦେଲେ ନୂଆ ଗୌରବ -
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କଲା ୧୬ଟି ବିଭାଗୀୟ ପ୍ରସ୍ତାବ -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK -
ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା





Click it and Unblock the Notifications