ରାଜ୍ୟର IAS ଅଫିସର ନେବେ AI ତାଲିମ
ରାଜ୍ୟର ସରକାରୀ ଅଫିସରମାନଙ୍କୁ 'କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ପ୍ରୟୋଗ ଉପରେ ବ୍ୟାବହାରିକ ତାଲିମ ନିମନ୍ତେ ବୁଧବାର ଲୋକସେବା ଭବନ ସ୍ଥିତ ରାଜ୍ୟ କନ୍ଭେନସନ୍ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ୱାଧ୍ୱାନି ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଏକ କର୍ମଶାଳାର ଆୟୋଜନ କରାଯାଇଛି ।
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ରାଜ୍ୟର ସରକାରୀ ଅଫିସରମାନଙ୍କୁ ଏଆଇର ପ୍ରୟୋଗ ଉପରେ ତାଲିମ ସମ୍ବନ୍ଧିତ ଏହା ଥିଲା ପ୍ରଥମ କର୍ମଶାଳା। ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ଅଫିସରଙ୍କୁ ଏଆଇରେ ତାଲିମ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି। ଏଆଇକୁ ଡାଟା ସମର୍ଥିତ ଦୃଷ୍ଟିଭଙ୍ଗୀ ଆପଣାଇ ବିଭିନ୍ନ ସରକାରୀ ବିଭାଗ ଜନସେବା ବିତରଣ ବ୍ୟବସ୍ଥାକୁ କିଭଳି ପ୍ରଭାବୀ ଢଙ୍ଗରେ ପରିଚାଳିତ କରିବା ଏହି କର୍ମଶାଳାର ମୌଳିକ ଲକ୍ଷ୍ୟ।

ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ମାନସ ପଣ୍ଡା, ୱାଧ୍ୱାନି ଫାଉଣ୍ଡେଶନର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରକାଶ କୁମାର ଏବଂ ଓଡ଼ିଶା ଡିଜିଟାଲ ଗଭର୍ନାନ୍ସ ଇକୋସିଷ୍ଟମ୍ର ପ୍ରମୁଖ ହିତାଧିକାରୀଗଣ ଉକ୍ତ କର୍ମଶାଳାରେ ଅଂଶଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ୩ ମାସ ମଧ୍ୟରେ ଏଆଇର ବ୍ୟବହାର ଶିଖିବାକୁ ଅଫିସରମାନଙ୍କୁ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications