ଆଇଏସ୍ ସ୍ତରରେ ଅଦବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଥିବା ଆଇଏଏସ୍ ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି କରାଯାଇଛି ।

ଭୁବନେଶ୍ୱର : ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଥିବା ଆଇଏଏସ୍ ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି କରାଯାଇଛି । ସେହିପରି ପର୍ଯ୍ୟଟନ ଓ କ୍ରୀଡ଼ା ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି ।

IAS

ଅପରପକ୍ଷରେ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଥିବା ଡି.କେ ସିଂହଙ୍କୁ ଷ୍ଟିଲ୍ ଏବଂ ଖଣିଜ ସମ୍ପଦକ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଦୀର୍ଘବର୍ଷ ପରେ ପଞ୍ଚାୟତିରାଜରୁ ବଦଳିଛନ୍ତି ଡି.କେ. ସିଂହ ।

ସେହିଭଳି ଷ୍ଟିଲ୍ ଏବଂ ଖଣିଜ ସମ୍ପଦ ବିଭାଗ ପ୍ରମୁଖ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଏଥିସହି ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ସୁରେନ୍ଦ୍ର କୁମାର । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ଆର ଭିନେଲ୍‌କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟପାର ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+