ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଜାତା କାର୍ତ୍ତିକେୟନ୍

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ କମିଶନର ତଥା ଶାସନ ସଚିବ ଭାବେ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ୍ ଦାୟିତ୍ଵ ଗ୍ରହଣ କରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ବିକାଶ ଦିଗରେ କାର୍ଯ୍ୟ କରିବା ଏକ ଗୌରବର କଥା ଓ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଥିବାରୁ ଏହାକୁ ସେ ଆନ୍ତରିକ ଭାବେ ସଂପାଦନ କରିବେ ବୋଲି ମତବ୍ୟକ୍ତ କରିଥିଲେ ।

ଏହି ଅବସରରେ ଲୋକସେବା ଭବନଠାରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲିପ ରାଉତରାଏ, ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀ ମଧୁସୂଦନ ଦାଶ, ଯୁଗ୍ମ ସଚିବ ଅତସୀ ଦାସ, ଯୁଗ୍ମ ସଚିବ ତଥା ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଆଚାର୍ଯ୍ୟ, ସଂଗୀତ ନାଟକ ଏକାଡେମୀ ସଭାପତି ଅରୁଣା ମହାନ୍ତି, ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର କୁଳପତି ଡ. ପ୍ରସନ୍ନ କୁମାର ସ୍ଵାଇଁଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ଵାଗତ କରିଥିଲେ । ଏହା ପରେ ଶ୍ରୀମତୀ କାର୍ତ୍ତିକେୟନ୍ ବିଭାଗର ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିବା ସହ ଅଧ୍ବକାରୀମାନଙ୍କଠାରୁ ସହଯୋଗ କାମନା କରିଥିଲେ ।

Sujata R Karthikeyan

ଏହା ପରେ ରାଜ୍ୟ ସଂଗ୍ରହାଳୟ ପରିସରରେ ଥିବା କଳିଙ୍ଗ ଆର୍ଟ ଗ୍ୟାଲେରୀରେ ବିଭୂତି କାନୁନ୍‌ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟ ପକ୍ଷରୁ ଆୟୋଜିତ ୩୭ତମ ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀକୁ ବୁଲି ଦେଖିବା ସହ ଶ୍ରୀମତୀ କାର୍ତ୍ତିକେୟନ୍ ଖୁସି ବ୍ୟକ୍ତ କରିଥିଲେ । ଏଭଳି ଚିତ୍ରକଳା ଆୟୋଜନ କରିଥିବାରୁ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନଙ୍କର ସେ ପ୍ରଶଂସା କରିଥିଲେ ।

ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଗଜେନ୍ଦ୍ର କୁମାର ପାଢ଼ୀ, ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲଙ୍କ ସମେତ ସଂଗ୍ରହାଳୟର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+