Get Updates
Get notified of breaking news, exclusive insights, and must-see stories!

ଓଡ଼ିଶାରେ ସରକାର ଗଢିଲେ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର ଭାଉଚର୍ ; ସ୍ମୃତି ଇରାନୀ

ଓଡ଼ିଶା ଗସ୍ତରେ ଅଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ଓଡ଼ିଶାର ଲୋକ ଚାହାଁନ୍ତି ମୋଦୀଙ୍କ ଗ୍ୟାରେଣ୍ଟି।ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ଆୟୋଜିତ ବିଜେପିର ସଙ୍କଳ୍ପ ସମାବେଶରେ ଏଭଳି ଦୃଢ଼ୋକ୍ତି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଏଠୁ ବିଜେଡିକୁ ହଟାଇବୁ।

smruti irani

ସ୍ମୃତି ଇରାନୀ ଆହୁରି କହିଛନ୍ତି, ଓଡ଼ିଶାରେ ରିମୋଟ୍ କଣ୍ଟ୍ରୋଲରେ ସରକାର ଚାଲିଛି। ବିଜେଡି ଓଡ଼ିଶାକୁ ଜମି, କୋଇଲା, ବାଲି ଓ ଖଣି ମାଫିଆଙ୍କ ଭଳି ମାଫିଆ ଦେଇଛି। ସରକାର ବ କାହିଁକି ରତ୍ନଭଣ୍ଡାର ତଦନ୍ତ ରିପୋର୍ଟକୁ ସାର୍ବଜନୀନ ନ କରି ଚାପି ଦେଲେ। ମୁଁ ରାଜ୍ୟସରକାରଙ୍କୁ ଚେତାବନୀ ଦେଉଛି, ଓଡ଼ିଶାରେ ବିଜେପି ସରକାର ଆସିଲେ, ରତ୍ନଭଣ୍ଡାର ଚାବି ରିପୋର୍ଟର ଯାଞ୍ଚ କରାଯିବ। ଯାଞ୍ଚ ପରେ ଦୋଷୀ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଓଡ଼ିଶାରେ ନବୀନ ବାବୁଙ୍କୁ କହିବାର ସ୍ବାଧୀନତା ନାହିଁ, କି କାହାକୁ ଭେଟିବାର ସ୍ବାଧୀନତା ନାହିଁ। ବିଜେପି ସରକାର ଆସି‌ଲେ, ସୁଭଦ୍ରା ଯୋଜନାରେ ଓଡ଼ିଶାରେ ପ୍ରତି ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର୍ ଦିଆଯିବ ବୋଲି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଗରିବ ଲୋକଙ୍କୁ ଘର ଦେଉଛନ୍ତି, ଚାଉଳ ଦେଉଛନ୍ତି, ଲକ୍ଷେ ୬୦ହଜାର ଘରକୁ ପାଣି ଯୋଗାଇଛନ୍ତି। ଏହାଛଡ଼ା କିଷାନ୍ ସମ୍ମାନନିଧି ବାବଦରେ ପ୍ରତି କୃଷକଙ୍କ ଖାତାକୁ ସିଧାସଳଖ ୬ ହଜାର ଟଙ୍କା ପଠାଉଛନ୍ତି। ଏଣୁ ବିଜେପିକୁ ଭୋଟ ଦେଇ ବିଜୟୀ କରିବାକୁ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ନିବେଦନ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+