ଇ-କେୱାଇସି କରି ନ ଥିଲେ ନ‌ଭେମ୍ବରରୁ ଆଉ ମିଳିବନି ଚାଉଳ

ଇ-କେୱାଇସି କରି ନ ଥିଲେ ନ‌ଭେମ୍ବରରୁ ଆଉ ମିଳିବନି ଚାଉଳ । କିଛି ଦିନ ତଳେ ରାସନ କାର୍ଡଧାରୀଙ୍କୁ ଏଭଳି ଚେତାବନୀ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଯାତ୍ରା ଆଜି ଅକ୍ଟୋବର ମାସ ଶେଷ ହେଉଛି । ତଥାପି ରାଜ୍ୟରେ ୧୫ଲକ୍ଷରୁ ଅଧିକ ହିତାଧିକାରୀ ଇ-କେୱାଇସି କରି ନାହାନ୍ତି । ତେଣୁ ଲକ୍ଷାଧିକ ହିତାଧିକାରୀଙ୍କୁ ରାଜ୍ୟ ସରକାର ଚାଉଳ ବନ୍ଦ କରିଦେବେ ନା ବିକଳ୍ପ ବ୍ୟବସ୍ଥା କରିବେ ତାହା ଉପରେ ନଜର ରହିଛି । ରାସନ କାର୍ଡରୁ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦେବା ପାଇଁ ସରକାର ଇ-କେୱାଇସି ପ୍ରକିୟା ଆରମ୍ଭ କରିଥିଲେ । ଏହାରି ଭିତରେ କେନ୍ଦ୍ର ସରକାର ଇ-କେୱାଇସି ପ୍ରକିୟା ଅବଧିକୁ ବନ୍ଦ କରିଦେଇଛନ୍ତି । ତେଣୁ ନଭେମ୍ବର ପହିଲାରୁ ଇ-କେୱାଇସି କରିନଥିବା ହିତାଧିକାରୀଙ୍କୁ ଆଉ ଚାଉଳ ମିଳିବ ନାହିଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି ।

If you haven t done e-KYC you won t get rice from November

ଚଳିତ ମାସ ୨୯ ତାରିଖ ସୁଦ୍ଧା ୧୫ ଲକ୍ଷ ୫୭ହଜାର ୨୬୫ ହିତାଧିକାରୀ ଇ-କେୱାଇସି କରି ନାହାନ୍ତି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ହିତାଧିକାରୀ ଏହି ପ୍ରକ୍ରିୟାରେ ସାମିଲ ହୋଇନାହାନ୍ତି । ସେହିପରି ଅଯୋଗ୍ୟ ହିତାଧିକାରୀ ଧରାପଡ଼ିବା ଭୟରେ ଇ-କେୱାଇସି କରୁନାହାନ୍ତି । ଉପାନ୍ତ ଅଞ୍ଚଳରେ ନେଟୱାର୍କ ସମସ୍ୟା ପାଇଁ ବହୁ ହିତାଧିକାରୀ ଅପ୍‌ଡେଟ୍ କରିପାରିନାହାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+