ରୋଗୀ ବେଶରେ ଯାଇ ନକଲି ଡାକ୍ତରଙ୍କୁ ଗିରଫ କଲେ ଆଇଆଇସି

ସାନଖେମୁଣ୍ଡି: ନକଲି ଡାକ୍ତରଙ୍କୁ ଧରିଲେ ନକଲି ରୋଗୀ। ରୋଗୀ ବେଶରେ ଯାଇ ନକଲି ଡାକ୍ତରଙ୍କୁ ଗିରଫ କଲେ ଆଇଆଇସି । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତା ବାବୁଲ କ୍ଲିନିକରୁ ନକଲି ଡାକ୍ତର ଗିରଫ ହୋଇଛନ୍ତି।

ଦିଗପହଣ୍ଡି ପୁଲିସ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରି ଥାନାରେ ଅଟକ ରଖିବା ସହ ତଦନ୍ତ ଚଳାଇଛି। ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଶୁଭ୍ରଜିତ ପଣ୍ଡାଙ୍କୁ ଗିରଫ କରିଛି ଦିଗପହଣ୍ଡି ପୋଲିସ।

ଗିରଫ ଡ଼ାକ୍ତର ଢେଙ୍କାନାଳ ଜିଲ୍ଲା ସଣ୍ଡା ଗାଁର ଶୁଭ୍ରଜିତ ପଣ୍ଡା ବୋଲି ଜଣାପଡିଛି । ଛଣମେରି ଗ୍ରାମର ସିମାଞ୍ଚଳ ସାହୁଙ୍କ ଏତଲା କ୍ରମେ ଥାନାରେ ମାମଲା ରୁଜୁ ହୋଇଛି।

fake_doctor

ଆଜି ନକଲି ଡାକ୍ତରଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଦିଗପହଣ୍ଡି ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଜଣାଇଛନ୍ତି। ସାନଖେମୁଣ୍ଡି ସମେତ କଟକର ଘରୋଇ କ୍ଲିନିକରେ ପୋଲିସ ଯାଞ୍ଚ କରିବା ସହ ଡାକ୍ତରଙ୍କ କଟକ ଭଡା ଘରେ ମଧ୍ୟ ତଦନ୍ତ କରିଛି ।

ଛଣମେରୀ ଗ୍ରାମର ସିମାଞ୍ଚଳ ସାହୁଙ୍କ ମାଆଙ୍କ ଦେହ ଖରାପ ହେବାରୁ ଡେଙ୍ଗାଉସ୍ତା ଗ୍ରାମର କ୍ଲିନିକ୍‌‌ରେ ଭର୍ତ୍ତି କରିଥିଲେ। ନକଲି ଡାକ୍ତର ତାଙ୍କୁ ଚିକିତ୍ସା କରିଥିଲେ । ଔଷଧର ପାର୍ଶ୍ବ ପ୍ରତିକ୍ରିୟା ଯୋଗୁଁ ତାଙ୍କ ଅବସ୍ଥା ଗୁରୁତର ହୋଇ ପଡ଼ିଥିଲା। ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱର ଏମ୍‌‌ସକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ପୁଲିସ ଅଭିଯୁକ୍ତ ନକଲି ଡାକ୍ତରଙ୍କ ନିକଟରୁ ବିଭିନ୍ନ ମେଡିକାଲ କଲେଜର ନକଲି ସାର୍ଟିଫିକେଟ ଏବଂ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ସେ ରହୁଥିବା ଘର ସମେତ କ୍ଲିନିକରେ ପୁଲିସ ଚଢ଼ଉ କରିବା ସହ ତାଙ୍କ ପୈତୃକ ଘର ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସଣ୍ଡ ଗ୍ରାମର ଘରେ ମଧ୍ୟ ଚଢ଼ଉ କରିଛି।

ଶୁଭ୍ରଜିତ ପଣ୍ଡା ପୂର୍ବରୁ ଫେବୃଆରୀ ୨୦୨୦ ମସିହାରେ ତେଲେଙ୍ଗାନା WHOର ସଦସ୍ୟ କହି ପୋଲିସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲା। ଗୋଟିଏ ରୋଗୀକୁ ପାଞ୍ଚ ମିନିଟ୍‌ ଦେଖିବା ପାଇଁ 300 ଟଙ୍କା ଫିସ୍‌ ବି ନେଉଥିଲେ । ଶୁଭ୍ରଜିତ ପଣ୍ଡା ମାତ୍ର ୨୪ ଦିନ ତଳେ ବିବାହ କରିଥଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+