ଓଡ଼ିଶାକୁ ଡରାଇଲାଣି ସମ୍ଭାବ୍ୟ ବାତ୍ୟା: ଆଇଏମଡି ଡିଜି କହିଲେ…
ଆସନ୍ତା ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ତଥା ତାର ପାଶ୍ୱବର୍ତୀ ଅଢ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍
ଭୁବନେଶ୍ବର: ଆସନ୍ତା ମେ' ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ତଥା ତାର ପାଶ୍ୱବର୍ତୀ ଅଢ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାକୁ ନେଇ ବଙ୍ଗୋପସାଗରରେ ବାତ୍ୟା ପ୍ରସଙ୍ଗକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି ।

ଏନେଇ ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ମେ ମାସରେ ସାଧାରଣତଃ କୌଣସି ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ଏହା ଅଧିକ ତୀବ୍ରତର ହେବାର ସମ୍ଭାବନା ରହିଥାଏ । ବର୍ତ୍ତମାନ ସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ପୂର୍ବାନୁମାନ କରାଯାଇ ନାହିଁ । ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଏହାର ଗତିପଥ ଏବଂ ତୀବ୍ରତା ନେଇ ଅଧିକ ସୂଚନା ଦିଆଯିବ ବୋଲି ଡ ମହାପାତ୍ର କହିଛନ୍ତି। ତେବେ ୬ ତାରିଖରେ ସମ୍ଭାବ୍ୟ ଲଘୁଚାପ ସୃଷ୍ଟି ପରେ ଏସବୁ ସମ୍ପର୍କରେ ଅଧିକ ସ୍ପଷ୍ଟ ଚିତ୍ର ଆସିବ ବୋଲି ସମସ୍ତ ମଡେଲ ପକ୍ଷରୁ କୁହାଯାଉଛି।
ଅନ୍ୟପଟେ ପୁରୀରୁ ଶ୍ରୀକାକୁଲମ୍ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ୬ ତାରିଖ ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ମୁହାଁଇବାର ସମ୍ଭାବନା ରହିଛି। ପାରାଦୀପରୁ ଶ୍ରୀକାକୁଲମ୍ ବା ଶ୍ରୀକାକୁଲମ୍ରୁ ମଛଲିପାଟଣା ଭିତରେ ସ୍ଥଳଭାଗ ଛୁଇଁବାର ଆଶଙ୍କା ଥିବା ଡ. ପଶୁପାଳକ କହିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଏହାର ସମ୍ଭାବନା ୫୦% ବୋଲି ସେ କହିଛନ୍ତି।












Click it and Unblock the Notifications