ଆହୁରି ଦୁଇ ଦିନ ଘନ କୁହୁଡ଼ି
ଭୁବନେଶ୍ୱର : ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୨୭ ତାରିଖରେ ବି ଘନ କୁହୁଡି ନେଇ ସୁନ୍ଦରଗଡ, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ମାଘ ମାସରେ ରାଜ୍ୟରୁ ଶୀତ ଗାଏବ ହୋଇଥିବା ବେଳେ ଟାଣ ଖରା ଆରମ୍ଭ ହୋଇ ଯାଇଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ପଶ୍ଚିମା ବାୟୁ ପ୍ରଭାବରେ ୩୧ ଓ ୧ ତାରିଖ ବେଳକୁ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କଟକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।












Click it and Unblock the Notifications