odisha Monsoon : ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ ! ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ
ଆଗାମୀ 3 ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ । ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ସେହିପରି ଆସନ୍ତାକଲି ଅର୍ଥାତ୍ 27 ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ କିଛି ଜିଲ୍ଲାରେ ଭାରି ବର୍ଷା ହେବ । ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଭାରି ବର୍ଷା ପାଇଁ ୱାର୍ଣ୍ଣିଂ
ଲଘୁଚାପ ପ୍ରଭାବରେ 27ରୁ 30 ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସାଙ୍ଗକୁ ଘଣ୍ଟା ପ୍ରତି 50 କିମି ବେଗରେ ପବନ ବହିବ । ଯାହାକୁ ନେଇ 29 ତାରିଖରୁ ଜୁନ 1 ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ଉପରେ ବାରଣ କରାଯାଇଛି ।

ଆଗାମୀ 24 ଘଣ୍ଟା ପାଇଁ ୱାର୍ଣ୍ଣିଂ
ରାଜ୍ୟରେ କାଳବୈଶାଖୀ ସହ ପ୍ରାକ ମୌସୁମୀ ବର୍ଷା ବିଭିନ୍ନ ସ୍ଥାନରେ ହେଉଥିବା ବେଳେ ଆଗାମୀ 5 ଦିନ ଯାଏ ବର୍ଷା ଲାଗିରହିବ । ଆଗାମୀ 24 ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ଘଣ୍ଟାପ୍ରତି 30-40 କିମି ରହିବ । ଯାହାକୁ ନେଇ ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାତ୍ର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।
ଆଜି ଲଘୁଚାପ
କାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ରହିବ । ଏହାସହ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ 30ରୁ 40 କିମି ରହିବ । ଯାହାକୁ ନେଇ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ପ୍ରବଳରୁ ଅତି ପ୍ରବଳ ବର୍ଷା ୱାର୍ଣ୍ଣିଂ
28 ଓ 29 ତାରିଖରେ ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି 2 ଦିନରେ କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହ ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ହିଛି । ଏହା ସହ ଅନ୍ୟସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ଓ ଝଡି ପବନର ବେଗ 40-50 କିମି ରହିବ । ଓଡ଼ିଶାର ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ
ମୌସୁମୀ ସ୍ଥିତି
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେନ୍ଦ୍ରୀୟ ଆରବ ସାଗରର କିଛି ଅଂଶ, ମୁମ୍ବାଇ ସମେତ ମହାରାଷ୍ଟ୍ରର କିଛି ଅଂଶ, ବେଙ୍ଗାଲୁରୁ ସମେତ କର୍ଣ୍ଣାଟକ, ତାମିଲନାଡୁର ଅବଶିଷ୍ଟ ଅଂଶ, ତେଲେଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶର କିଛି ଅଂଶ, ପଶ୍ଚିମକେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରର କିଛି ଅଂଶ, ମିଜୋରାମର ଅବଶିଷ୍ଟ ଅଂଶ, ସମଗ୍ର ତ୍ରିପୁରା, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ଆସାମ ଏବଂ ମେଘାଳୟର କିଛି ଅଂଶକୁ ଆଗକୁ ବଢ଼ିଛି । ଆଗାମୀ 3 ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେନ୍ଦ୍ରୀୟ ଆରବ ସାଗରର ଅବଶିଷ୍ଟ ଅଂଶ, ମହାରାଷ୍ଟ୍ରର ଆଉ କିଛି ଅଂଶ, କର୍ଣ୍ଣାଟକର ଆଉ କିଛି ଅଂଶ, ତେଲେଙ୍ଗାନାର କିଛି ଅଂଶ, ଆନ୍ଧ୍ର ପ୍ରଦେଶ, ପଶ୍ଚିମକେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରର ଆଉ କିଛି ଅଂଶ ଏବଂ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକର ଅବଶିଷ୍ଟ ଅଂଶ ଏବଂ ଉପ-ହିମାଳାୟ ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଂଶରେ ଆଗକୁ ବଢ଼ିବା ପାଇଁ ପରିସ୍ଥିତି ଅନୁକୂଳ ରହିଛି ।












Click it and Unblock the Notifications