ଆସନ୍ତା ୨ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା,୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି କରାଯାଇଛି। ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କାଲି ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲା। ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।

IMD predicts heavy rainfall across India till July 2
ବରଗଡ଼, ନୂଆପଡ଼ା, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼, ମୟୁରଭଞ୍ଜ, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି ହୋଇଛି। ଏହାସହ ବିଜୁଳି, ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଓ୍ୱାର୍ଣ୍ଣିଂ ରହିଛି। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+