ସମ୍ଭାବ୍ୟ ବାତ୍ୟାକୁ ନେଇ ଏମିତି କହିଲେ ଆଇଏମ୍‌ଡି, ଏହିସବୁ ଜିଲ୍ଲାକୁ ସତର୍କତା ଜାରି

ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ। ଗୋଟିଏ ନୁହେଁ ଲଗାତାର ମାଡ଼ି ଆସୁଛି ୩ଟି ଲଘୁଚାପ। ଲଘୁଚାପ ନେଇ ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ଶରତ ସାହୁ। ଗୋଟିଏ ଲଘୁଚାପ ଆଜି ସୃଷ୍ଟି ହୋଇଛି, ଯାହାକି ଏବେ ସକ୍ରିୟ ରହିଛି। ୨୬ ବେଳକୁ ଦ୍ୱିତୀୟ, ୨୯ ବେଳକୁ ୩ୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଲଘୁଚାପ ତାମିଲନାଡୁ-ଆନ୍ଧ୍ରପ୍ରଦେଶ ମୁହାଁ ହେବା ସମ୍ଭାବନା ରହିଛି। ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇ ନ ପାରେ। ତଥାପି ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହୋଇପାରେ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍‌ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ। କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ତଦନୁଯାୟୀ ଚାଷୀମାନଙ୍କୁ ପାଣିପାଗ ବିଭାଗର ପରାମର୍ଶକୁ ଅନୁପାଳନ କରିବା ପାଇଁ କୃଷି ସଚିବ ଡ. ପାଢ଼ୀ ଅନୁରୋଧ କରିଛନ୍ତି।

RAIN

ଆଜି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ମାଲକାନଗିରି,କୋରାପୁଟ,ରାୟଗଡ଼ା,ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।ଆସନ୍ତାକାଲି ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଏହି ସବୁ ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର । ଏସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+