ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ରହିଛି । ଉକ୍ତ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୩୦ରୁ ଜୁଲାଇ ୧ ତାରିଖ ମଧ୍ୟରେ ଅନେକ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏତଦ ବ୍ୟତୀତ ୧ରୁ ୨ ତାରିଖ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ।












Click it and Unblock the Notifications