ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ
Odisha News: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଦଳର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି । ବିଜେପି ରାଜ୍ୟ ସଭାପତି ଚୟନ ନେଇ ଏହି ବୈଠକରେ ଆଲୋଚନା ହୋଇପାରେ ।

ବିଜେପି ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ କରୁଣ ଚୂଘ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟରେ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କେଭି ସଂଦେଓ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ଅପାଧ୍ୟକ୍ଷ ବୈଜୟନ୍ତ ପଣ୍ତା ପ୍ରମୁଖ ଉପସ୍ଥିତ ଥିବା ନେଇ ସୂଚନା ରହିଛି ।












Click it and Unblock the Notifications