Get Updates
Get notified of breaking news, exclusive insights, and must-see stories!

ଶେଷ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ, ୨୫ରେ ହେବ ଅଳଙ୍କାର ଗଣତିମଣତି

ଆସନ୍ତା ୨୫ତାରିଖ ବୁଧବାର ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ମାହେନ୍ଦ୍ର ବେଳା ମାର୍ଚ୍ଚ ୨୫ଚୈତ୍ର ଶୁକ୍ଳ ସପ୍ତମୀ ତିଥି ୧୨.୦୯ ରୁ ୧.୪୫ ମଧ୍ୟରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି । ଭିଡ଼ିଓଗ୍ରାଫି, ଫଟୋଗ୍ରାଫି, 3D MAPPINGହେବ। ପ୍ରଥମେ ଚଳନ୍ତି ରତ୍ନଭଣ୍ଡାର ଗଣତିମଣତି ହେବ । ୧୯୭୮ ମସିହାର ଗଣତି ମଣତି ପୂର୍ଣ୍ଣାଙ୍ଗ ତାଲିକା ରହିଛି । ତାଲିକା ଅନୁଯାୟୀ ମେଳକ ହେବ । ସ୍ୱର୍ଣ୍ଣ ଅଳଙ୍କାର ହଳଦିଆ ରଙ୍ଗର ଭେଲଭେଟ କନାରେ ଗୁଡ଼ାଯାଇ ଟିଣ ବାକ୍ସ ଓ ପରେ ତାକୁ ସିନ୍ଧୁକରେ ରଖାଯିବ । ରୌପ୍ୟ ଅଳଙ୍କାର ଧଳା ବା ସିଲଭର ରଙ୍ଗ ଓ ଅନ୍ୟାନ୍ୟ ଅଳଙ୍କାର ଲାଲ ରଙ୍ଗ ଭେଲଭେଟ କନାରେ ଗୁଡ଼ାଯାଇ ରଖାଯିବ। କେବଳ ମେଳକ, ଗଣତି କରାଯିବ। କୌଣସି ମୂଲ୍ୟାୟନ ହେବ ନାହିଁ ।

Important

କେବେ ସଂପୂର୍ଣ୍ଣ ଗଣତିମଣତି ସରିବ କହି ହେବ ନାହିଁ। ପାରମ୍ପରିକ ବସ୍ତ୍ର ପିନ୍ଧି ହେବ ଗଣତିମଣତି । ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ପାଇଁ ସୁପରଭାଇଜିଂ ଟିମ୍ ଓ ହ୍ୟାଣ୍ଡଲିଂ ଟିମ୍ ଏହିଭଳି ଦୁଇଟି ଟିମ୍ ଗଠିତ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୁପରଭାଇଜିଂ ଟିମର ଅଧ୍ୟକ୍ଷ ରହିଥିବାବେଳେ ରତ୍ନଭଣ୍ଡାର ତଦାରଖ କମିଟିର ଦୁଇ ଜଣ ସଦସ୍ୟ, ଜଣେ ସେବାୟତ ସଦସ୍ୟ ରହିଛନ୍ତି । ସେହିପରି ହ୍ୟାଣ୍ଡଲିଂ ଟିମରେ ଶ୍ରୀମନ୍ଦିର ପରିଚାଳନା କମିଟିର ଜଣେ ସଦସ୍ୟ, ପାଟଯୋଶୀ ମହାପାତ୍ର, ଭଣ୍ଡାର ମେକାପ, ତଢ଼ଉକରଣ, ଦେଉଳକରଣ, ଶ୍ରୀମନ୍ଦିର ବଣିଆ ସେବକ, ଦୁଇ ଜଣ ସ୍ଵର୍ଣ୍ଣକାର, ଦୁଇ ଜଣ ଜେମୋଲୋଜିଷ୍ଟ, ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଜଣେ ଅଧିକାରୀ ପ୍ରମୁଖ ସାମିଲ ରହିବେ।

ବିଶେଷ ଦିନ, ପର୍ବ ପର୍ବାଣୀ, ଶନିବାର ଓ ରବିବାର ଦିନ ଗଣତିମଣତି ହେବ ନାହିଁ । ହାଇକୋର୍ଟ ଗଣତିମଣତି ଶେଷ ପାଇଁ ୩ମାସ ସମୟ ଦେବା ପରେ ରାଜ୍ୟ ସରକାରଙ୍କ ତରଫରୁ ତତ୍ପରତା ପ୍ରକାଶ ପାଇଛି । ୧୯୭୮ ମସିହାରେ ୭୨ ଦିନ ଗଣତି ମଣତି ହୋଇଥିବାବେଳେ ବର୍ତ୍ତମାନ ଗଣତିମଣତି ସମୟରେ ଅଳଙ୍କାର ଓଜନ କରାଯିବ କିନ୍ତୁ ମୂଲ୍ୟାୟନ କରାଯିବନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ସେପଟେ ଭିତର ରତ୍ନଭଣ୍ଡାରର ଗଣତିମଣତି ଦିନ ଟ୍ରେଜେରୀରୁ ଚାବି ଆସିବ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଖୋଲିବ ଏବଂ ବନ୍ଦ କରାଯିବ । ତେବେ ସମସ୍ତ ପ୍ରକ୍ରିୟାକୁ ସ୍ୱଚ୍ଛତାର ସହ କରାଯିବ ବୋଲି କହିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ। ଅନ୍ୟପଟେ ଭଣ୍ଡାର ମେକାପ ମଧ୍ୟ ସମସ୍ତ ସହଯୋଗ କରିବେ ବୋଲି ପ୍ରତିକ୍ରିୟା ରଖିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+