ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ
ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି ।
ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ବୈଠକ ବସିବ । ଏଥିରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ବିଶେଷକରି ରାଜସ୍ବ,ପାନୀୟ ଜଳ ଯୋଗାଣ, କୃଷି, ସାଧାରଣ ପ୍ରଶାସନ, ପରିବହନ, ପୂର୍ତ୍ତ ଓ କ୍ରୀଡ଼ା ବିଭାଗର ବିଭିନ୍ନ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିପାରେ ।
ଗତ ୧୫ ତାରିଖରେ କ୍ୟାବିନେଟ୍ ବୈଠକ ବସି ୯ଟି ପ୍ରସ୍ତାବ ପାରିତ ହୋଇଥିଲା । ପୁଣି ସପ୍ତାହେ ବ୍ୟବଧାନରେ କ୍ୟାବିନେଟ୍ ଡକାଯାଇଥିବାରୁ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଛି ।












Click it and Unblock the Notifications