ମେ' ୧୩ରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ଭୋଟ୍ ଦେବେ ୬୨ ଲକ୍ଷ ୮୭ ହଜାର ଭୋଟର

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ମେ ୧୩ ତାରିଖରେ ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାରେ ୪ଟି ସଂସଦୀୟ କ୍ଷେତ୍ର ଯଥା: କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମଇ ୧୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ।

ଏହି ପର୍ଯ୍ୟାୟରେ ଚାରୋଟି ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୬୨,୮୭,୨୨୨ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୩୦,୯୭,୫୨୭ ପୁରୁଷ, ୩୧,୮୯,୦୬୦ ମହିଳା ଓ ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୧୦୩୦ ରହିଛି । ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ଏମାନଙ୍କ ମଧ୍ୟରେ ୧,୭୫,୧୩୪ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୧୪,୬୮,୫୦୪ ଜଣ ଯୁବ ମତଦାତା ରହିଛନ୍ତି ।

ଏହି ପର୍ଯ୍ୟାୟରେ ମୋଟ ୭୨୮୯ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି । ପରିସୀମା ଭାବରେ ଏହି ପର୍ଯ୍ୟାୟରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ସବୁଠୁ ସାନ ଓ କୋରାପୁଟ ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର । ବିଧାନସଭା କ୍ଷେତ୍ରମାନଙ୍କ ମଧ୍ୟରେ ବ୍ରହ୍ମପୁର ସବୁଠାରୁ ସାନ ଓ ମାନକାନଗିରି ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର ଅଟେ ।

ମତଦାତା ସଂଖ୍ୟା ହିସାବରେ କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବନିମ୍ନ ୧୪୮୦୯୨୨ ଜଣ ମତଦାତା ଓ କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୭,୦୦,୭୮୦ ଜଣ ମତଦାତା ରହିଛନ୍ତି । ବିଧାନସଭା କ୍ଷେତ୍ରଗୁଡ଼ିକ ମଧ୍ୟରେ ଲକ୍ଷ୍ମୀପୁରରେ ସର୍ବନିମ୍ନ ୧,୭୩,୭୨୧ ଜଣ ଓ ଧର୍ମଗଡ଼ରେ ସର୍ବାଧିକ ୨,୬୧,୭୦୮ ଜଣ ମତଦାତା ରହିଛନ୍ତି । ଏହି ଚତୁର୍ଥ ପର୍ଯ୍ୟାୟରେ ସାମଗ୍ରିକ ଭାବରେ ୩୯,୯୯୫ ଜଣ ୮୫ ବର୍ଷରୁ ଉର୍ଦ୍ଧ ମତଦାତା, ୧୨୯୪ ଜଣ ୧୦୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ମତଦାତା, ୩୧ ଜଣ ପ୍ରବାସୀ ମତଦାତା ଓ ୬୨୯୬ ଜଣ ସର୍ଭିସ୍ ଭୋଟର ରହିଛନ୍ତି ।

Odisha Election Commission

ଉକ୍ତ ଚତୁର୍ଥ ପର୍ଯ୍ୟାୟରେ ଅତିରିକ୍ତ ମତଦାନ କେନ୍ଦ୍ରକୁ ମିଶାଇ ରହିଥିବା ୭୩୦୩ ମତଦାନ କେନ୍ଦ୍ର ମଧ୍ୟରୁ ୭୪୮ଟି ସହରାଞ୍ଚଳ ଓ ୬୫୫୫ଟି ଗ୍ରାମାଞ୍ଚଳରେ ରହିଛି । ଏହା ମଧ୍ୟରେ 'ସଂପୂର୍ଣ ରୂପେ ମହିଳା କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର', "ସଂପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର ଏବଂ 'ସଂପୂର୍ଣ୍ଣ ରୂପେ ଯୁବ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ମତଦାନ କେନ୍ଦ୍ର ରହିଛି । ଏହି ପର୍ଯ୍ୟାୟରେ ମୋଟ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର (ମଡ଼େଇ ବୁଥ୍‌) ରହିଛି । ଏହି ପର୍ଯ୍ୟାୟରେ ପ୍ରାୟ ୫୩୦୦୦ ଜଣ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସର୍ବମୋଟ ୭୩୦୩ଟି ବୁଥ୍ ମଧ୍ୟରୁ ପ୍ରାୟ ୬୦ ପ୍ରତିଶତ ବୁଥ୍ରେ ୱେବ୍‌କାଟିଂ କରାଯିବ ।

ମୋଟ ପ୍ରାର୍ଥୀ ସଂଖ୍ୟା:-

କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ମୋଟ ୩୭ ଜଣ (ପୁରୁଷ-୩୦, ମହିଳା-୭) ପ୍ରାର୍ଥୀ ରହିଛନ୍ତି । ଏହି ସଂସଦୀୟ କ୍ଷେତ୍ରଗୁଡ଼ିକ ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମୋଟ ୨୪୩ ଜଣ (ପୁରୁଷ-୨୧୪, ମହିଳା -୨୯) ପ୍ରାର୍ଥୀ ରହିଛନ୍ତି । କୋରାପୁଟ, କଳାହାଣ୍ଡି ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ୧୧ ଜଣ ଲେଖାଏଁ ପ୍ରାର୍ଥୀ ଏବଂ ନବରଙ୍ଗପୁରରେ ୪ ଜଣ ପ୍ରାର୍ଥୀ ରହିଛନ୍ତି । ଝରିଗାଁ, ନବରଙ୍ଗପୁର ଓ ଡେବୁଗାଁ ପାଇଁ ସର୍ବନିମ୍ନ ୩ ଜଣ ଲେଖାଏଁ ପ୍ରାର୍ଥୀ ରହିଛନ୍ତି । ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ସର୍ବାଧିକ ୧୭ ପ୍ରାର୍ଥୀ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+