ଆକ୍ସନ ମୁଡ଼ରେ ଆଇନ ମନ୍ତ୍ରୀ, ଦୁର୍ନୀତିକୁ ନେଇ ଦେଲେ ବିସ୍ଫୋରକ ବୟାନ

ଆକ୍ସନ ମୁଡ଼ରେ ଆଇନ ମନ୍ତ୍ରୀ। କହିଲେ ଦୁର୍ନୀତି ଖୋରଙ୍କୁ କେବେ ଛଡ଼ା ଯିବ ନାହିଁ । କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ଚଢାଉ ଜାରି ରହିଛି।

Law Minister

ଏହି ପରିପ୍ରେକ୍ଷୀରେ ଭିଜିଲାନ୍ସ ରେଡ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ବୟାନ ଦେଇଛନ୍ତି। ଦୁର୍ନୀତି ପ୍ରତି ସରକାର ଆହୁରି କଠୋର ହେବେ ବୋଲି କହିଛନ୍ତି। ଦୁର୍ନୀତି କରୁଥିବା କୌଣସି ବ୍ୟକ୍ତିଙ୍କ ଛଡ଼ାଯିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଯିଏ କେହିବି ଦୁର୍ନୀତି କରିଛନ୍ତି ସେମାନଙ୍କ ବିରୋଧରେ ତଦନ୍ତ ହେବ ବୋଲି ଆଇନ ମନ୍ତ୍ରୀ ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ, ଭିଜିଲାନ୍ସ ଟିମ୍‌ ବାରବାଟୀ ଷ୍ଟାଡିୟମରେ ଥିବା ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ ଚାଲିଛି । ଭଦ୍ରକ ଆଗରପରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପଙ୍କ ପୁଅଙ୍କ ଔଷଧ ଦୋକାନରେ ମଧ୍ୟ ଭିଜିଲାନ୍ସ ଚଢାଉ କରି ତଦନ୍ତ ଆରମ୍ଭ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+