ଆଗାମୀ ୧୨ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟା ! ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଆଗାମୀ ୧୨ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ ବାତ୍ୟା 'ସିତ୍ରାଙ୍ଗ' !
ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା । ବାତ୍ୟା 'ସିତ୍ରାଙ୍ଗ' ବର୍ତ୍ତମାନ ସାଗର ଦ୍ଵୀପପୁଞ୍ଜ ଠାରୁ ଦକ୍ଷିଣ ଦିଗରେ ୫୦୦ କିମି ଦୂରରେ ପୂର୍ବ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି । ବାଙ୍ଗଲାଦେଶ ବାରିସାଲର ଦକ୍ଷିଣ-ଦକ୍ଷିଣପଶ୍ଚିମରେ ୬୭୦ କିଲୋମିଟର ଦୂରରେ ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ସିତ୍ରାଙ୍ଗ ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣି ପାଗ ବିଭାଗ । ବାତ୍ୟା 'ସିତ୍ରାଙ୍ଗ' ବର୍ତ୍ତମାନ ସାଗର ଦ୍ଵୀପପୁଞ୍ଜ ଠାରୁ ଦକ୍ଷିଣ ଦିଗରେ ୫୦୦ କିମି ଦୂରରେ ପୂର୍ବ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି ।
ଆସନ୍ତାକାଲି ସକାଳ ସୁଦ୍ଧା ବାଙ୍ଗଲାଦେଶ ତିନ୍କୋନାଓ ସାନଦ୍ୱୀପ ଅଞ୍ଚଳରେ ସ୍ଥଳଭାଗକୁ ଅତିକ୍ରମ କରିପାରେ । ଏହାର ପ୍ରଭାବରେ ଆଜି ଓଡ଼ିଶାର ୬ଟି ଜିଲ୍ଲା ତଥା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକ ଆଦି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟା ପ୍ରତି ୩୫ ରୁ ୪୫ କିଲୋମିଟର ରହିପାରେ ।












Click it and Unblock the Notifications