Get Updates
Get notified of breaking news, exclusive insights, and must-see stories!

ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ସ୍ମାର୍ଟ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରୁ ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି।

ଭୁବନେଶ୍ଵର: ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ସ୍ମାର୍ଟ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରୁ ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, "ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ। ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ।"

naveen patnaik in malkangiri smart health card distribution

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ କିପରି ବୃଦ୍ଧି ହେଲା ସେ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ "୨୦୧୮ ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା। ମୁଁ ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲି। ସେ ସଭାରେ ଝିଅଟିଏ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମାମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଲା।

ଝିଅଟିର ସାହସ ଓ ବୁଦ୍ଧିକୁ ସମସ୍ତେ ସେ ଦିନ ତାରିଫ କରିଥିଲେ। ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡିଆମୀ। ତାଙ୍କ ପ୍ରସ୍ତାବଟି ମୋତେ ବହୁତ ଭଲ ଲାଗି ଥିଲା ଏବଂ ମୁଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ଚିକିତ୍ସା ସୁବିଧା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲି ।"ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଆମେ ନୂଆ ରୂପରେ କାର୍ଯ୍ୟକାରୀ କରିବାକୁ ଯାଉଛୁ । ଏହି କାର୍ଯ୍ୟକ୍ରମ ମୁଁ ମାଲକାନଗିରିରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଲି। ଆଗାମୀ ସେପ୍ଟେମ୍ବର ପହିଲାରୁ ଏହା ଲାଗୁ ହେବ।


ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ

ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବବୋଲି ପ୍ରକାଶ କରି ସେ କହିଲେ ଯେ ରାଜ୍ୟର ସାଢେ ତିନି କୋଟି ଲୋକ ଉପକାର ପାଇବେ। ଏହି ନୂଆ ବ୍ୟବସ୍ଥାରେ ଆପଣଙ୍କୁ ହସ୍‌ପିଟାଲରେ କିଛି କାଗଜପତ୍ର ଦେବା ଦରକାର ହେବ ନାହିଁ ବୋଲି ସେ କହିଥିଲେ। କେବଳ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସାଥିରେ ନେଇ ହସପିଟାଲ ଯିବାକୁ ହେବ। ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲରେ ଏହି କାର୍ଡ ଜରିଆରେ ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇପାରିବେ। ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ।

ଏଭଳି ସୁବିଧା ଦେବା ରେ ସାରା ଦେଶରେ ଓଡିଶା ପ୍ରଥମ ।ଆପଣଙ୍କ ରାଜ୍ୟ ସରକାର ପ୍ରଥମ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସହିତ ଅର୍ଥନୀତିର ନିବିଡ ସଂପର୍କ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ବାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ। ସ୍ବାସ୍ଥ୍ୟ ହିଁ ସମ୍ପଦ ବୋଲି କୁହାଯାଏ। ତେଣୁ ପରିବାରରେ କେହି ଅସୁସ୍ଥ ହୋଇପଡିଲେ, ଆମର ଚିନ୍ତା ବଢିଯାଇଥାଏ ।

Biju swasthya kalyan yojana

ସବଠୁ ବଡ ଚିନ୍ତା ଥାଏ ଚିକିତ୍ସା ପାଇଁ ଆବଶ୍ୟକ ଟଙ୍କା। ଏଥିପାଇଁ କିଏ ଜମି ବିକିଥାଏ, କିଏ ସୁନା ବିକିଥାଏ, କିଏ ଋଣ କରିଥାଏ। କେହି କେହି ଚିକିତ୍ସା ଖର୍ଚ୍ଚ ପାଇଁ ପିଲାମାନଙ୍କ ପାଠପଢା ମଧ୍ୟ ବନ୍ଦ କରିଦେଇଥାନ୍ତି । କେହି କେହି ମଧ୍ୟ ଧାର କରଜ କରିଥାନ୍ତି। "ଏ ଖବର ମୁଁ ଯେତେବେଳେ ଶୁଣେ, ମୋତେ ବହୁତ ଦୁଃଖ ଲାଗେ। ଆମର ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ଆପଣଙ୍କର ଏ ଦୁଃଖ ଲାଘବ କରିବ। ଚିକିତ୍ସା ବୋଝ କମ୍‌ କରିବାରେ ସାହାଯ୍ୟ କରିବ। ଆପଣଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି। ତେଣୁ ଏ ବାବଦ ଟଙ୍କାକୁ ଆପଣ ସଞ୍ଚୟ କରିପାରିବେ। ନିଜ ପିଲାଙ୍କ ପାଠପଢା ପାଇଁ, ପରିବାରର ଉନ୍ନତି ପାଇଁ ଖର୍ଚ୍ଚ କରିପାରିବେ।"

ରାଜ୍ୟର ସବୁ ସରକାରୀ ହସ୍‌ପିଟାଲ ଗୁଡିକରେ ସମସ୍ତ ସ୍ବାସ୍ଥ୍ୟ ସେବା ମାଗଣାରେ ପ୍ରଦାନ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରୁ ଆରମ୍ଭ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ସବୁ ସରକାରୀ ହସ୍‌ପିଟାଲରେ ଓଡିଶାବାସୀଙ୍କର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି। ଆମର ସରକାରୀ ହସ୍‌ପିଟାଲରେ ଡ଼ାଇଲିସିସ୍‌ ଠାରୁ ଆରମ୍ଭ କରି କେମୋ ଥେରାପୀ, ସିଟି ସ୍କାନ, ଏମ୍‌ଆର୍‌ଆଇ ବିଭିନ୍ନ ପାଥୋଲୋଜୀ ଟେଷ୍ଟ ସୁବିଧା ମିଳୁଛି। ମୁଁ ବହୁତ ଖୁସି ଯେ ଆମର ଲକ୍ଷ ଲକ୍ଷ ରୋଗୀ ସରକାରୀ ହସ୍‌ପିଟାଲରେ ଏ ସୁବିଧା ନେଉଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+