Indepence Day 2024: ଗାନ୍ଧୀ ମାର୍ଗରେ ପାଳନ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

Independence Day 2024: ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ । ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୁଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ ।

ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ । ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ । ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

Independence Day 2024

ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାଧୀନତା ଦିବସ ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+