ସ୍ଵାଧୀନତା ଦିବସ: ବିଭିନ୍ନ ଜିଲ୍ଲା ମୁଖ୍ୟ ସଦର ମହକୁମାରେ ଉଡିଲା ତ୍ରିରଙ୍ଗା
ଆଜି ୭୫ତମ ସ୍ଵାଧୀନତା ଦିବସ ଓଡିଶାର ବିଭିନ୍ନ ଜିଲ୍ଲା ମୁଖ୍ୟ ସଦର ମହକୁମାଠାରେ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଭାଗର ମନ୍ତ୍ରୀମାନେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଛନ୍ତି।
ଆଜି ୭୫ତମ ସ୍ଵାଧୀନତା ଦିବସ ଓଡିଶାର ବିଭିନ୍ନ ଜିଲ୍ଲା ମୁଖ୍ୟ ସଦର ମହକୁମାଠାରେ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଭାଗର ମନ୍ତ୍ରୀମାନେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଛନ୍ତି। ବିଭିନ୍ନ ଜିଲ୍ଲାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନିତ କରାଯାଇଥିଲା। କୋବିଡ କଟକଣା ଦୃଷ୍ଟିରୁ ସବୁ ଜିଲ୍ଲାରେ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ସ୍ଵାଧୀନତା ଦିବସ ସମାରୋହ ଆୟୋଜିତ ହୋଇଥିଲା।

କେନ୍ଦୁଝର ଜିଲ୍ଲା ସଦରମହକୁମାସ୍ଥିତ ଷ୍ଟାଡିୟମଠାରେ ଆୟୋଜିତ ୭୫ତମ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସରେ ରାଜ୍ୟ ଜଳ ସଂପଦ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଜାତୀୟ ପତାକା ଉତ୍ତୋଳନ କରି ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଉଦବୋଧନ ଦେଇଛନ୍ତି। ସମ୍ବଲପୁର ଠାରେ ୭୫ତମ ସମ୍ବଲପୁର ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିଛନ୍ତି।ବରଗଡଠାରେ ବରଗଡ ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିଛନ୍ତି। ଉତ୍ସବରେ କୋଭିଡ୍ ଯୋଦ୍ଧାଙ୍କୁ ସମ୍ମାନୀତ କରାଯାଇଥିଲା।
ଗଞ୍ଜାମ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଜିଲ୍ଲାବାସୀଙ୍କୁ ଉଦ୍ବୋଧନ ଦେବା ସହିତ କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନିତ କରିଥିଲେ।

ସୁନ୍ଦରଗଡରେ ଜିଲ୍ଲାସ୍ତରୀୟ ୭୫ ତମ ସ୍ଵାଧୀନତା ଦିବସରେ ମୁଖ୍ୟ ଅତିଥି ଭାବରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

କୋରାପୁଟ ଜିଲ୍ଲା ସଦରମହକୁମାରେ ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି। ଫୁଲବାଣୀରେ କନ୍ଧମାଳ ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଜଙ୍ଗଲ ଓ ପରିବେଶ, ଜଳବାଯୁ ପରିବର୍ତନ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି। ପୁରୀ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ସମାରୋହରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ପୁରୀରେ ଆୟୋଜିତ ରକ୍ତଦନ ଶିବିରରେ ଶ୍ରୀ ସ୍ଵାଇଁ ଯୋଗ ଦେଇଥିଲେ।

ବାରିପଦା ଠାରେ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ପଚାଂୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ଜେନା ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ରମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧାମାନଙ୍କ ପ୍ରତି ମଧ୍ୟ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।












Click it and Unblock the Notifications