Get Updates
Get notified of breaking news, exclusive insights, and must-see stories!

ଆନ୍ତର୍ଜାତିକ ବାଣିଜ୍ୟ ମେଳା: ଓଡ଼ିଶାକୁ ମିଳିଲା ସ୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ ପ୍ରଗତି ମୈଦାନରେ କେନ୍ଦ୍ର ସରକାରଙ୍କ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଓଡିଶାକୁ ମିଳିଛି ସ୍ବର୍ଣ୍ଣ ପଦକ । ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ତଥା ବିଭିନ୍ନ ମନ୍ତ୍ରାଳୟ ଏଥିରେ ଅଂଶଗ୍ରହଣ କରିଥିବା ବେଳେ ଓଡିଶା ପାଭିଲିୟନକୁ ମର୍ଯ୍ୟାଦାଜନକ ସ୍ବର୍ଣ୍ଣ ପୁରସ୍କାର ମିଳିଛି ।

ଓଡିଶା ସରକାରଙ୍କ ପକ୍ଷରୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଏହି ପଦକ ପ୍ରଗତି ମୈଦାନରେ ଗ୍ରହଣ କରିଛନ୍ତି ।

india international trade fair

ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିଥିବା ଏହି ମେଳାରେ ଓଡିଶାର ୭ଟି ବିଭାଗ ପକ୍ଷରୁ ୨୪ ଗୋଟି ଷ୍ଟଲ୍ ଖୋଲାଯାଇଥିଲା। ମୁଖ୍ଯତଃ ହସ୍ତତନ୍ତ, ହସ୍ତଶିଳ୍ପ, ପଟ୍ଟଚିତ୍ର, ମିଲେଟ୍ ପ୍ରସ୍ତୁତ ଖାଦ୍ୟ ତଥା ମିଶନ ଶକ୍ତି ସଦସ୍ୟଙ୍କ ପ୍ରସ୍ତୁତ ସାମଗ୍ରୀ ଓଡିଶା ପାଭିଲିୟନରେ ସ୍ଥାନିତ ହୋଇଥିଲା।

ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ ଅମାତ ଏବଂ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ କୁମାର ପଣ୍ଡା ଏହି ପାଭିଲିୟନ ପରିଦର୍ଶନ କରିଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଓଡିଶା ସରକାରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ପାଭିଲିୟନ ପରିଦର୍ଶନ କରି ନିୟମିତ ସ୍ଥିତି ସମୀକ୍ଷା କରିଥିଲେ ।

ବସୁଧୈବ କୁଟୁମ୍ବକମ୍ ଥିଲା ଥିମ୍:

ଏଥର ମେଳାର ଥିମ୍ ଥିଲା ବସୁଧୈବ କୁଟୁମ୍ବକମ୍। ଏହି ଥିମ୍ ଆଧାରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ପ୍ରଦର୍ଶନ କରାଯାଇଥିଲା । ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଏହାର ଦୈନନ୍ଦିନ ସମୀକ୍ଷା କରିବା ସହ ଓଡିଶାର ବିଭିନ୍ନ ପ୍ରଦର୍ଶିତ ସାମଗ୍ରୀର ପ୍ରଚାର ପ୍ରସାର ନିମନ୍ତେ ଗୁରୁତ୍ଵାରୋପ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+