ବାରବାଟୀକୁ ଫେରିଲା ଅନ୍ତର୍ଜାତୀୟ ମ୍ୟାଚ, ଜୁନ୍ ୯ରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦

ଆସନ୍ତା ଜୁନ୍ ୯ରେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ । ଏନେଇ ବିସିସିଆଇ ଘୋଷଣା କରିଛି ।

କଟକ: ବାରବାଟୀକୁ ପୁଣି ଫେରିଲା ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ । ଆସନ୍ତା ଜୁନ୍ ୯ରେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ । ଏନେଇ ବିସିସିଆଇ ଘୋଷଣା କରିଛି । ଭାରତ-ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଥିବା ଏହି ମ୍ୟାଚ ପ୍ରଥମେ ବେଙ୍ଗାଲୁରୁରେ ଖେଳାଯିବାକୁ ନିଷ୍ପତ୍ତି ହୋଇଥିଲା । କିନ୍ତୁ ଓଡ଼ିଶା କ୍ରିକେଟ ଆସୋସିଏସନର ସମ୍ପାଦକ ସଞ୍ଜୟ ବେହେରା ଏହି ମ୍ୟାଚକୁ ବାରବାଟୀ ଷ୍ଟାଡିୟମକୁ ଦେବାକୁ ବିସିସିଆଇକୁ ଅନୁରୋଧ କରିଥିଲେ । ଓସିଏର ଅନୁରୋଧ ପରେ ଏହି ମ୍ୟାଚକୁ ରିସିଡ୍ୟୁଲ କରାଯାଇ ଏହି ମ୍ୟାଚକୁ ବାରବାଟୀ ଷ୍ଟାଡିୟମକୁ ଦିଆଯାଇଥିଲା ।

Barabati Stadium

ଜୁନ୍ ୯ରୁ ୧୯ ତାରିଖ ପର୍ଯ୍ୟନ୍ତ ୫ଟି ଟି-୨୦ ସିରିଜ୍ ଖେଳାଯିବ । କଟକ, ବିଶାଖାପଟଣମ୍, ଦିଲ୍ଲୀ, ରାଜକୋଟ ଓ ଚେନ୍ନାଇରେ ମ୍ୟାଚ୍ ଖେଳାଯିବ । ସିରିଜର ପ୍ରଥମ ମ୍ୟାଚ୍ କଟକରେ ଖେଳାଯିବ । ସବୁଠାରୁ ବଡ଼ କଥା ହେଉଛି ପ୍ରଥମ ଥର ଓଡ଼ିଶା ଆସିବ ଦକ୍ଷିଣ ଆଫ୍ରିକା ଦଳ ।

ପୂର୍ବରୁ ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଟି-୨୦ ମ୍ୟାଚ୍ ହେବାର ଥିଲା । ହେଲେ କରୋନା ପାଇଁ ବାରବାଟୀରେ ମ୍ୟାଚ୍ ସମ୍ଭବ ହୋଇନଥିଲା । ଯାହାକୁ ନେଇ କ୍ରିକେଟ ପ୍ରେମୀ ନିରାଶ ହୋଇଥିଲେ । ଏବେ ବାରବାଟୀରେ ଭାରତ- ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଖେଳାଯିବା ପାଇଁ ନିଷ୍ପତି ହୋଇଛି । ତେଣୁ ଆସନ୍ତା ୯ ତାରିଖର ହେବାକୁ ଥିବା ମ୍ୟାଚକୁ ଅପେକ୍ଷା କରି ରହିଛନ୍ତି କ୍ରିକେଟପ୍ରେମୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+