Get Updates
Get notified of breaking news, exclusive insights, and must-see stories!

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତ ହେଲା ରୂପରେଖ

ଆଜି ପୂର୍ବାହ୍ନରେ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନର ରୂପରଖେ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଭୁବନେଶ୍ୱର: ୭୪ତମ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ । ଆଜି ପୂର୍ବାହ୍ନରେ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନର ରୂପରଖେ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

Republic Day 2023

ପ୍ରତିଟି ଭାରତୀୟଙ୍କ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଏହି ମହାନ ଦିବସ ସହ ସମସ୍ତଙ୍କ ଭାବାବେଗ ଜଡ଼ିତ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ । ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସାଧାରଣତନ୍ତ୍ର ଦିବସ ସଂପର୍କିତ ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପବେଶନ ବ୍ୟବସ୍ଥାରେ ବୈଠକରେ ବିସ୍ତୁତ ଆଲୋଚନା ହୋଇଥିଲା ।

ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ତ୍ରିରଙ୍ଗା ଦ୍ୱାରା ସାଜସଜ୍ଜା ଏବଂ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ପରାମର୍ଶ ଦେଇଥିଲେ । ଚଳିତ ସାଧାରଣତନ୍ତ୍ର ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ । ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ । ସେହିପରି ଆର୍‌ଡିସି ଜୋନ୍‌, ଜିଲ୍ଲା ଏବଂ ଉ ପଖଣ୍ଡ ସ୍ତରରେ ସ୍ୱାଧୀନତା ଦିବସ ପାଳନ କରାଯିବ ।

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ଶାସନ ସଚିବ ବିଷ୍ଣୁ ପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁର୍‌ବୀର୍‌ ସିଂହ ଓ ବିଶ୍ୱଜିତ ଦାଶ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପି୍ରୟଦର୍ଶିନୀ, ଉ ପନିର୍ଦ୍ଦେଶକ ଡକଫର ଜ୍ୟୋତିର୍ମତୀ ସାମନ୍ତରାୟ, ଭୁବନେଶ୍ୱର ସୂଚନା ଓ ଲୋକ ସଂପର୍କ ଅଧିକାରୀ ପଠାଣି ରାଉତଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+