ଆସିଲା ନିର୍ଦ୍ଦେଶ, ସମସ୍ତ ସ୍କୁଲରେ ପାଳନ ହେବ ଯୋଗ ଦିବସ

ଆସନ୍ତା ୨୧ ତାରିଖରେ ଦେଶ ପାଳିବ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ । ଚଳିତବର୍ଷର ଥିମ୍ ରହିଛି 'ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ'।

Yoga Day

ସୁସ୍ଥ ଜୀବନ ପାଇଁ ଯୋଗର ଲାଭ ସମ୍ପର୍କରେ ପିଲାମାନେ ଜାଣିବା ଉଦ୍ଦେଶ୍ୟରେ ଏଥର ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ଏନେଇ ସବୁ ରାଜ୍ୟକୁ ନିର୍ଦେଶ ଦିଆଯିବା ପରେ ରାଜ୍ୟରେ ବିଦ୍ୟାଳୟସ୍ତରରେ ଯୋଗ ଦିବସ ପାଳନ ପାଇଁ ତତ୍ପରତା ପ୍ରକାଶ ପାଇଛି ।

ବିଦ୍ୟାଳୟଗୁଡ଼ିକରେ ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ ସ୍ବତନ୍ତ୍ର ଯୋଗ ଅଧିବେଶନ ଅନୁଷ୍ଠିତ ହେବ । ଏଥିରେ ଶିକ୍ଷାର୍ଥୀଙ୍କୁ ଯୋଗଦେବା ପାଇଁ ଉତ୍ସାହିତ କରାଯିବ । ଆୟୁଷ ମନ୍ତ୍ରଣାଳୟର ଏକକ ଯୋଗ ପ୍ରୋଟୋକଲକୁ ଅନୁକରଣ କରାଯିବ । ଏହା ମନ୍ତ୍ରଣାଳୟର ଆନ୍ତର୍ଜାତିକ ଯୋଗ ଦିବସ ପୋର୍ଟାଲରେ ୨୨ଟି ଭାରତୀୟ ଭାଷାରେ ଉପଲବ୍ଧ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+