ପୋଲିସକୁ ବଡ଼ସଫଳତା, ୮ ଆନ୍ତଃରାଜ୍ୟ ଲୁଟେରା ଗିରଫ, ସାଢ଼େ ୩ କୋଟି ଟଙ୍କା ଜବତ

କଳାହାଣ୍ଡି: ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ପୋଲିସ । ସେମାନଙ୍କ ନିକଟରୁ ନଗଦ ୩କୋଟି ୫୦ଲକ୍ଷ ଟଙ୍କା ଜବତ । ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି। ଗତ ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତ ସଂଘଟିତ ହୋଇଥିଲା। ବିଳମ୍ବିତ ରାତିରେ ପ୍ରାୟ ୮ ଜଣ ଡକାୟତ ମାରଣାସ୍ତ୍ର ଧରି ଡକାୟତି କରିବା ଉଦ୍ଦେଶ୍ୟରେ ଏହି ଭାଟିରେ ପଶିଥିଲେ।

inter state robbery gang

ସେଠାରେ ବନ୍ଧୁକ ଏବଂ ମାରଣାସ୍ତ୍ର ଦେଖାଇ ଧମକ ଦେଇ ଟଙ୍କା ଲୁଟି ନେଇଥିଲେ। ଏନେଇ ଧର୍ମଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଡକାୟତଙ୍କୁ ଧରିବାକୁ କଳାହାଣ୍ଡି ଏସପି ଅଭିଳାଷ ଜିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରାଯାଇଥିଲା। ଡକାୟତି କରିବା ପରେ ଅଭିଯୁକ୍ତମାନେ ଜେଏଚ୍୧୦ଏପି୪୮୧୭ ନମ୍ବର ବିଶିଷ୍ଟ ବୋଲେରୋ ଯୋଗେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଅନୁସନ୍ଧାନ ସମୟରେ ଅପରାଧରେ ବ୍ୟବହୃତ ଗାଡ଼ିକୁ ଝାଡ଼ଖଣ୍ଡରେ ଚିହ୍ନଟ କରାଯାଇ ଠାବ କରାଯାଇଥିଲା। ପୋଲିସ ତଦନ୍ତ ବେଳେ ସ୍ଥାନୀୟ ପୋଲିସ ଦୁଇ ଅଭିଯୁକ୍ତ ସିରାଜ ଆନସାରୀ ଏବଂ କାମେଶ୍ୱର ଯାଦବକୁ ସଂଗେ ସଙ୍ଗେ ଗିରଫ କରିଥିଲା । ଅନ୍ୟ ଅଭିଯୁକ୍ତ ମାନେ ଝାଡ଼ଖଣ୍ଡ ଅଭିମୁଖେ ଫେରାର ହୋଇଥିବା ସମ୍ପର୍କରେ ପୋଲିସ ସୂଚନା ପାଇଥିଲା । ବର୍ତ୍ତମାନ ସୁଦ୍ଧା ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି । କଳାହାଣ୍ଡି ପୋଲିସର ଏପରି ସଫଳତା ପାଇଁ ଏସପି ଓ ତାଙ୍କ ଟିମଙ୍କୁ ପ୍ରଶଂସା କରି ଶୁଭେଚ୍ଛା ଜଣାଇଲେ ପୋଲିସ ଡିଜି ୱାଇ. ବି ଖୁରାନିଆ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+