Get Updates
Get notified of breaking news, exclusive insights, and must-see stories!

ବିକାଶଙ୍କୁ ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟ ଖ୍ୟାତି ସମ୍ପର୍ଣ୍ଣ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି । ନିକଟରେ ଶ୍ରୀ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ ।

CM Naveen Patnaik

ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ରୀ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ । ଏହି ଆଲୋଚନା ସମୟରେ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+