ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ମାଲକାନଗିରିରେ ପୁଣି ବଢିଲା ଇଣ୍ଟରନେଟ୍ କଟକଣା । ଆଉ ୨୪ ଘଣ୍ଟା ଇଣ୍ଟରନେଟ୍ କଟକଣା ବୃଦ୍ଧି କଲା ପ୍ରଶାସନ । ବୁଧବାର ଦିନ ୧୨ଟାରୁ ଗୁରୁବାର ଦିନ ୧୨ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ପରିସ୍ଥିତିକୁ ଦେଖି କଟକଣା ନେଇ ପୁଣି ଗୁରୁବାର ନିଷ୍ପତ୍ତି ନିଆଯିବ । ସୂଚନା ଦେଲେ ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ । ମଙ୍ଗଳବାର ଅଧିକ ୧୮ ଘଣ୍ଟା ଇଣ୍ଟରନେଟ୍ କଟକଣା ବୃଦ୍ଧି କରିଥିଲା ପ୍ରଶାସନ । ବୁଧବାର ଦିନ ୧୨ଟା ପର୍ଯ୍ୟନ୍ତ କଟକଣା ବୃଦ୍ଧି କରାଯାଇଥିଲା । RDC ଓ ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଥିଲା । ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶନାମା ଜାରି କରିଥିଲେ ।

Malkangiri

ଅନ୍ୟପଟେ ମୃତ ମହିଳାଙ୍କ କଟାମୁଣ୍ଡ ଉଦ୍ଧାର କରାଯାଇଛି । ପୋଟେରୁ ନଦୀର ନାମକୋଣ୍ଡା ଡଙ୍ଗା ଘାଟରୁ ମିଳିଛି ମହିଳାଙ୍କ କଟାମୁଣ୍ଡ । ଘଟଣାସ୍ଥଳରେ କାଲିମେଳା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏ ନେଇ ମାଲକାନଗିରି ଏସ୍ପି ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+