କଟକରେ ସ୍ଵାଭାବିକ ହେଲା ଇଣ୍ଟରନେଟ ସେବା
କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା। ମଙ୍ଗଳବାର ସନ୍ଧ୍ୟା ୭ଟା ପରଠାରୁ ସହରରେ ଇଣ୍ଟରନେଟ ସେବା ଆରମ୍ଭ କରାଯାଇଛି। ସହରରେ ହିଂସାକୁ ଦୃଷ୍ଟିରେ ରଖି ଏହାକୁ ୪୮ ଘଣ୍ଟା ପାଇଁ ବନ୍ଦ କରିଦିଆଯାଇଥିଲା। ସୂଚନା ଅନୁସାରେ, ଗୋଷ୍ଠୀ ବିବାଦ ଘଟଣା ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଗତ ୫ ତାରିଖ ସନ୍ଧ୍ୟାରେ ବଡ଼ ପଦକ୍ଷେପ ନେଇଥିଲା।

ପୁଲିସ ୩୬ ଘଣ୍ଟା ପାଇଁ କଟକର ୧୩ଟି ଥାନା ଅଞ୍ଚଳର କିଛି ସ୍ଥାନରେ କର୍ଫ୍ୟୁ ଜାରି କରିଥିଲା। କର୍ଫ୍ୟୁ ଜାରି କରାଯାଇଥିବା ଅଞ୍ଚଳଗୁଡ଼ିକ ହେଲା ଦରଘାବଜାର, ମଙ୍ଗଳବାଗ, କ୍ୟାଣ୍ଟନମେଣ୍ଟ, ଲାଲବାଗ, ସିଡିଏ-୨, ପୁରୀଘାଟ, ଜଗତପୁର, ମର୍କତନଗର, ବାଦାମବାଡ଼ି, ବୟାଳିସମୌଜା, ସଦର, ବିଡ଼ାନାସୀ, ମାଲଗୋଦାମ ଥାନା ଅଧୀନରେ ଥିବା କିଛି ଅଞ୍ଚଳ। ଆଜି ସକାଳୁ କର୍ଫ୍ୟୁ ଉଚ୍ଛେଦ କରାଯାଇଥିଲା। କର୍ଫ୍ୟୁ ଜାରି ସମୟରେ ଜରୁରୀକାଳୀନ ସେବାକୁ କୋହଳ କରାଯାଇଥିଲା। କିନ୍ତୁ ପ୍ରଦର୍ଶନ, ଶୋଭାଯାତ୍ରା ତଥା ଲୋକ ଗହଳିକୁ ବାରଣ କରାଯାଇଥିଲା।












Click it and Unblock the Notifications