Get Updates
Get notified of breaking news, exclusive insights, and must-see stories!

ସୁନ୍ଦରଗଡ଼ ସହରରେ ବନ୍ଦ ହେଲା ଇଣ୍ଟରନେଟ୍ ସେବା

ଅଶାନ୍ତ ହୋଇଛି ସୁନ୍ଦରଗଡ଼ । ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି । ଯେଉଁଥିରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଆହତ ହୋଇଛନ୍ତି । ହିଂସାକାଣ୍ଡ ଓ ଉତ୍ତେଜନାକୁ କାବୁ କରିବା ପାଇଁ ସହରରେ ୧୬୩ ଧାରା ବଳବତ୍ତର ରହିଛି । ଇଣ୍ଟରନେଟ୍ ଉପରେ ଲଗାଯାଇଛି କଟକଣା । ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ସହରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଆଜି ସୁନ୍ଦରଗଡ଼ ସହରରେ ବନ୍ଦ ରହିବ ସ୍କୁଲ ଓ କଲେଜ । ହିଂସାକାଣ୍ଡ ଓ ଉତ୍ତେଜନାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସହର ଓ ଏହାର ଆଖପାଖ ଅଞ୍ଚଳର ସମସ୍ତ ସରକାରୀ ବେସରକାରୀ ସ୍କୁଲ ଓ କଲେଜ ଆଜି ବନ୍ଦ ରହିବ। କୌଣସି ଏକ ଗୁଜବକୁ ନେଇ ସୁନ୍ଦରଗଡ଼ ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଉତ୍ତେଜନା ହୋଇଥିଲା । ଯାହା ପରବର୍ତ୍ତୀ ସମୟରେ ହିଂସାର ରୂପ ନେଇଥିଲା। ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି, ଏସପି, ଅତିରିକ୍ତ ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ।

Sundargarh
ସୁନ୍ଦରଗଡ଼ରେ ଇଣ୍ଟରନେଟ୍ ସେବା ବନ୍ଦ
ଆଜି ସନ୍ଧ୍ୟା ୬ଟା ଯାଏଁ କଟକଣା
ଗୁରୁବାର ସନ୍ଧ୍ୟା ୬ଟାରୁ ଇଣ୍ଟରନେଟ୍ ସେବା ବନ୍ଦ ରହିଛି
ପୂରା ସୁନ୍ଦରଗଡ଼ ସହରରେ BNS ୧୬୩ ଜାରି
ଆଜି ସୁନ୍ଦରଗଡ଼ ସହରରେ ବନ୍ଦ ରହିବ ସ୍କୁଲ ଓ କଲେଜ
ସମସ୍ତ ସରକାରୀ ବେସରକାରୀ ସ୍କୁଲ, କଲେଜ ଆଜି ବନ୍ଦ ରହିବ
ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ
ସଂଘର୍ଷରେ ୪ ପୁଲିସ କର୍ମୀଙ୍କ ସମେତ ୧୨ ଆହତ
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+