ANIକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ସାକ୍ଷାତକାର; କହିଲେ, ମୋ ଉତ୍ତରାଧିକାରୀ ଲୋକ ସ୍ଥିର କରିବେ
ANIକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ସାକ୍ଷାତକାର । ଏହି ସାକ୍ଷାତକାରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଆଉ ଏହାରି ମଧ୍ୟରେ BJDର ଉତ୍ତରାଧିକାରୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଉତ୍ତରାଧିକାରୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । ମୋର ଉତ୍ତରାଧିକାରୀ କିଏ ହେବେ ତାହା ଓଡ଼ିଶାବାସୀ ବାଛିବେ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।
ସ୍ୱାସ୍ଥ୍ୟବସ୍ଥାକୁ ନେଇ ଗୁଜବର ଖଣ୍ଡନ କରିଛନ୍ତି ନବୀନ । ସେ କହିଛନ୍ତି, ମୋ ସ୍ୱାସ୍ଥ୍ୟ ସମ୍ପୂର୍ଣ୍ଣ ଠିକ୍ ଅଛି । ଗତ ୧୦ ବର୍ଷ ଧରି ମୋ ସ୍ୱାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର ହେଉଛି । ବିଜେପି କ୍ଷମତାକୁ ଆସିନପାରିବାରୁ ହତାଶ ହୋଇପଡ଼ିଛି ।

ମୁଖ୍ୟମନ୍ତ୍ରୀ ଭାବେ ମୋ ପାଖରେ ସବୁ କ୍ଷମତା ରହିଛି। ମୁଁ ସବୁବେଳେ କ୍ୟାବିନେଟ୍ ମିଟିଂରେ ଅଧ୍ୟକ୍ଷତା କରେ। ଆଜି ପର୍ଯ୍ୟନ୍ତ ଗୋଟିଏ ବି କ୍ୟାବିନେଟ୍ ମିଟିଂରେ ମୁଁ ଅନୁପସ୍ଥିତ ରହିନି ବୋଲି କହିଛନ୍ତି ନବୀନ ପଟ୍ଟନାୟକ। ଲୋକସଭା ନିର୍ବାଚନରେ ବି ଭଲ ପ୍ରଦର୍ଶନ କରିବୁ । ବିଧାନସଭାରେ ସଂଖ୍ୟା ଗରିଷ୍ଠତା ହାସଲ କରିବୁ ବୋଲି ନବୀନ କହିଛନ୍ତି ।












Click it and Unblock the Notifications