ପାରାଦୀପରେ ନିର୍ମାଣ ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ ପାର୍କ : ଆଇଓସିଏଲ-ଇଡକୋ ମଧ୍ୟରେ ଏମଓୟୁ
ପାରାଦୀପରେ ଅତ୍ୟାଧୁନିକ ପ୍ଲାଷ୍ଟିକ ପାର୍କ ପାଇଁ ଇଣ୍ଡିଆନ ଅଏଲ ଓ ଇଡକୋ ମଧ୍ୟରେ ଚୁକ୍ତିନାମା
ଭୁବନେଶ୍ୱର : ପାରାଦୀପରେ ଅତ୍ୟାଧୁନିକ ପ୍ଲାଷ୍ଟିକ ପାର୍କ ପାଇଁ ଇଣ୍ଡିଆନ ଅଏଲ ଓ ଇଡକୋ ମଧ୍ୟରେ ଚୁକ୍ତିନାମା । 120 ଏକର ଜମିରେ ହେବ ପାର୍କ । ଏଥିପାଇଁ 106 କୋଟି ବ୍ୟୟ ହେବ। ଏନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିଥିଲେ । ଏହି ଡାଉନଷ୍ଟ୍ରିମ୍ ପ୍ଲାଷ୍ଟିକ୍ ଶିଳ୍ପ ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳ ଭାରତରେ ପ୍ରଥମ । ଏହି ପ୍ଲାଷ୍ଟିକ୍ ପାର୍କରେ ପାରାଦୀପ ବିଶୋଧନାଗାରରେ କମ୍ପ୍ଲେକ୍ସରୁ ଉତ୍ପାଦିତ ପଲିପ୍ରୋପିଲିନ ଓ ଇଥାଇଲିନର ବ୍ୟବହାର କରାଯିବ । ଏହି ପ୍ଲାଷ୍ଟିକ୍ ପାର୍କ କାର୍ଯ୍ୟକ୍ଷମ ହେଲେ ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ ବିକାଶ ସହ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଏହି ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେ ଆହୁରି ମଧ୍ୟ କହିଛନ୍ତି 80 ଟି ଇଣ୍ଡଷ୍ଟ୍ରିଆଲ୍ ୟୁନିଟ୍ ପାଇଁ ପ୍ଲାଷ୍ଟିକ ପାର୍କ ନିର୍ମାଣ ହେବ । ଆଇଓସି ପ୍ରାୟ 40 କୋଟି ଟଙ୍କା ଖର୍ଚ୍ଚ କରି ଏକ ଡେଭଲପମେଣ୍ଟ ସେଣ୍ଟର ତିଆରି କରିଛି । ପ୍ରଧାନମନ୍ତ୍ରୀଙ୍କ ପୂର୍ବ ଭାରତର ବିକାଶରେ ସମସ୍ତ ରାଜନୈତିକ ଦଳର ସହଭାଗିତାରେ ଏହାକୁ ସଫଳ କରାଗଲା । ଏହା ଓଡ଼ିଶାର ବିକାଶ ହେବ ବୋଲି ସେ କହିଛନ୍ତି ।
ଅପରପକ୍ଷରେ ପାରାଦ୍ୱୀପରେ ପ୍ଲାଷ୍ଟିକ୍ ପାର୍କ ନିର୍ମାଣ ନେଇ ଆଇଓସିଏଲ୍-ଇଡକୋ ମଧ୍ୟରେ ହୋଇଥିବା ଚୁକ୍ତିରେ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାରାଦୀପ ପ୍ଲାଷ୍ଟିକ ପାର୍କ ଲାଗି ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି କହିଛନ୍ତି ନବୀନ । ଆଇସିଓଏଲର ପେଟ୍ରୋଲିୟମ ଓ ପେଟ୍ରୋ କେମିକାଲ୍ ପ୍ରକଳ୍ପ ଲାଗି ସମସ୍ତ ସହଯୋଗ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ । ଡାଉନ୍ ଷ୍ଟ୍ରିମ୍ ପଲିମରକୁ ପାରାଦୀପ ପ୍ଲାଷ୍ଟିକ ପାର୍କ ଭଲ ସାହାଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ କହିଥିଲେ ।












Click it and Unblock the Notifications