କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇପିଏସ ଡି.ଏସ୍‌ କୁଟ୍ଟେ, କେନ୍ଦ୍ରରୁ ଆସିଲ ଚିଠି

କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି। ଏବେ ଗୃହ ବିଭାଗର ଓଏସ୍‌ଡି ଅଛନ୍ତି ଡି.ଏସ୍‌ କୁଟ୍ଟେ।

DS Kutte

ଦୁଇଦିନ ତଳେ ଅନ୍ୟତମ ଚର୍ଚ୍ଚିତ ତଥା ବିବାଦୀୟ ଆଇପିଏସ୍ ଆଶିଷ ସିଂ ମଧ୍ୟ କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି। ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିବ୍ବତ ବର୍ଡର ପୁଲିସ (ଆଇଟିବିପି)ରେ ତାଙ୍କୁ ଆଇଜି ଭାବେ ନିଯୁକ୍ତି ଦିଆଯାଇଛି। ୫ବର୍ଷ ପାଇଁ ସେ ଡେପୁଟେସନ୍‌ ନ୍ୟୁଟେସନ୍‌ରେ ଯିବେ ବୋଲି ଭାରତ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତୁରନ୍ତ ତାଙ୍କୁ ରିଲିଭ୍ କରିବା ପାଇଁ ରାଜ୍ୟ ସରକାରଙ୍କୁ ଚିଠି କରିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନ ବେଳେ ଡି.ଏସ୍‌ କୁଟ୍ଟେ ଏବଂ ସିଂ ବିବାଦ ଘେରକୁ ଆସିଥିଲେ। ନିର୍ବାଚନ ପରିଚାଳନାରେ ସେ ବ୍ୟାପକ ଅନିୟମିତତା କରୁଥିବା ନେଇ ନିର୍ବାଚନ ଆୟୋଗ ଅଧ୍ଯକ୍ଷ ଅଭିଯୋଗ ଆଣିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+